Posted inଜାତୀୟ

ଦେଢ଼ବର୍ଷ ପରେ କେରଳରେ ଖୋଲିବ ସିନେମା ହଲ୍‌

ଥିରୁଭାନନ୍ତପୁରମ୍‌,୨୩ା୯: କରୋନା ମହାମାରୀ ଯୋଗୁ କେରଳରେ ଦେଢ଼ ବର୍ଷରୁ ଅଧିକ ସମୟ ହେବ ସିନେମା ହଲ୍‌ ବନ୍ଦ ରହିଥିଲା। ସ୍କୁଲ ପରେ ଏବେ କେରଳ ସରକାର ଦକ୍ଷିଣ ରାଜ୍ୟରେ ସିନେମା ହଲ୍‌ ଖୋଲିବା ପାଇଁ ପ୍ରସ୍ତୁତ ହେଉଛନ୍ତି। ହଲ୍‌ ବନ୍ଦ ଥିବାରୁ ଫିଲ୍ମ ଉଦ୍ୟୋଗ ପାଇଁ ଚିନ୍ତାର କାରଣ ପାଲଟିଥିଲା। କାରଣ ଅନେକ ଲୋକ ଏବଂ ତାଙ୍କ ପରିବାରର ଜୀବନଜୀବିକା ପ୍ରଭାବିତ ହୋଇଥିଲା। କେରଳ ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ ସରକାର ଗତ ମାର୍ଚ୍ଚ ମାସରୁ ସ୍କୁଲ ବନ୍ଦ କରିଥିବାବେଳେ ନଭେମ୍ବରରେ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏନେଇ ଗତ ସପ୍ତାହରେ ଏକ ବୈଠକ ବସିଥିଲା। ଯେଉଁଥିରେ ସ୍କୁଲ ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଏବେ ସରକାର ରାଜ୍ୟରେ ସିନେମା ହଲ୍‌ ବି ଖୋଲିବାକୁ ଯାଉଛନ୍ତି।

ଯେତେବେଳେ ସବୁ ରାଜ୍ୟରେ କରୋନା ମାମଲା ଖସୁଥିବା ବେଳେ କେରଳରେ ଏହା ଭୟଙ୍କର ପରିସ୍ଥିତି ସୃଷ୍ଟି କରିଥିଲା। ଏପରିକି ପ୍ରତିଦିନ ୨୦୦୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଥିଲେ। କେରଳର ମୃତ୍ୟୁସଂଖ୍ୟା ମଧ୍ୟ ଚିନ୍ତାଜନକ ଥିଲା। ଏବେ ପୂର୍ବ ସ୍ଥିତିଠାରୁ କରୋନା ଗ୍ରାଫ୍‌ ଖସିଛି। ତେଣୁ ସିନେମା ହଲ୍‌ ଖୋଲିବା ପାଇଁ ପ୍ରସ୍ତୁତି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri