ଅକ୍ଟୋବର ୧୫ରୁ ଖୋଲିବ ସିନେମା ହଲ୍‌

ନୂଆଦିଲ୍ଲୀ,୧।୧୦: ଅନ୍‌ଲକ୍‌ ୫.୦ ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଅକ୍ଟୋବର ୧୫ରୁ ସର୍ତ୍ତମୂଳକ ଭାବେ ସିନେମା ହଲ୍‌ ଓ ଥିଏଟର ଖୋଲିବା ଲାଗି ଅନୁମତି ପ୍ରଦାନ କରାଯାଇଛି। ଅଧା ଦର୍ଶକଙ୍କୁ ନେଇ ସିନେମା, ଥିଏଟର ଚଲାଇବାକୁ କୁହାଯାଇଛି। ଏଥିଲାଗି ସ୍ବତନ୍ତ୍ର ଗାଇଡ଼୍‌ଲାଇନ୍‌ ଜାରି କରାଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହାସହ ସ୍କୁଲ, କଲେଜ, କୋଚିଂ ସେଣ୍ଟର, ଇ- ଏଜୁକେଶନ ଅନୁଷ୍ଠାନ ଖୋଲିବା ଲାଗି ମଧ୍ୟ ଅନୁମତି ପ୍ରଦାନ କରାଯାଇଛି। କରୋନା ଲାଗି ଗତ ମାର୍ଚ୍ଚରୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ତେବେ ଅକ୍ଟୋବର ୧୫ ପରେ ଶିକ୍ଷାନୁଷ୍ଠାନ ଖୋଲିବା ସମ୍ପର୍କରେ ରାଜ୍ୟ ସରକାର ପରିସ୍ଥିତିକୁ ଦେଖି ବିଚାର କରିପାରିବେ ବୋଲି କୁହାଯାଇଛି। ପିଲା ସ୍କୁଲକୁ ଆସିବା ଲାଗି ଅଭିଭାବକଙ୍କ ଅନୁମତି ବାଧ୍ୟତାମୂଳକ କରାଯାଇଛି। ଉପସ୍ଥାନକୁ ଅଗ୍ରାଧିକାର ନ ଦେବା ଲାଗି କୁହାଯାଇଛି। ଏଥିସହ କଣ୍ଟେନମେଣ୍ଟ ଜୋନ୍‌ ବାହାରେ ପ୍ରମୋଦ ଉଦ୍ୟାନ ଖୋଲିବା ଲାଗି ମଧ୍ୟ ଅନୁମତି ମିଳିଛି।
ସାଂସ୍କୃତିକ, ସାମାଜିକ, କ୍ରୀଡ଼ା, ଧାର୍ମିକ ଓ ରାଜନୈତିକ ସମାବେଶ ଲାଗି ସରକାର ଅନୁମତି ପ୍ରଦାନ କରିଛନ୍ତି। କଣ୍ଟେନ୍‌ମେଣ୍ଟ ବାହାରେ ୧୦୦ ଲୋକଙ୍କୁ ନେଇ ଏସବୁ କାର୍ଯ୍ୟକ୍ରମ ଏଣିକି ସର୍ତ୍ତମୂଳକ ଭାବେ କରାଯାଇପାରିବ। କ୍ରୀଡ଼ାବିତ୍‌ଙ୍କ ପ୍ରଶିକ୍ଷଣ ଲାଗି ସୁଇମିଂ ପୁଲ୍‌ ଖୋଲିବା ନେଇ ସରକାର ଅନୁମତି ପ୍ରଦାନ କରିଥିବାବେଳେ ଯୁବ ଓ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଏନେଇ ଏସ୍‌ଓପି ଜାରି କରାଯିବ ବୋଲି କୁହାଯାଇଛି।
ମହାମାରୀ କରୋନାକୁ ଦୃଷ୍ଟିରେ ରଖି ଅକ୍ଟୋବର ୩୧ ପର୍ଯ୍ୟନ୍ତ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଲକ୍‌ଡାଉନ୍‌ ବଳବତ୍ତର ରହିବ ବୋଲି ଦର୍ଶାଯାଇଛି। ଅନ୍ତର୍ଜାତୀୟ ବିମାନ ଉଡ଼ାଣ କଟକଣା ଉପରେ ସରକାର କୌଣସି ନିଷ୍ପତ୍ତି ଗ୍ରହଣ କରିନାହାନ୍ତି। ମହାମାରୀ କରୋନା ଯୋଗୁ ଜାରି ହୋଇଥିବା କଟକଣାକୁ ସରକାର ଆସ୍ତେ ଆସ୍ତେ କୋହଳ କରି ସ୍ବାଭାବିକ ପରିସ୍ଥିତି ସୃଷ୍ଟି କରିଛନ୍ତି। ଆର୍ଥିକ କାରବାର ବୃଦ୍ଧି ଓ ସାମାଜିକ ଚଳଣିରେ ପରିବର୍ତ୍ତନ ଆଣିବା ଲାଗି ପ୍ରୟାସ କରାଯାଇଛି। ରାଜ୍ୟ ଭିତରେ କିମ୍ବା ରାଜ୍ୟ-ରାଜ୍ୟ ମଧ୍ୟରେ ସାମଗ୍ରୀ ଓ ଯାତ୍ରୀ ପରିବହନ କଟକଣାକୁ ଉଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲି ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri