ଆଉ ଚାରିଦିନ ପରେ ପାକିସ୍ତାନରେ ଖୋଲିବ ସିନେମା ହଲ୍‌

ଇସ୍‌ଲାମାବାଦ,୭।୯: ସାରା ବିଶ୍ୱରେ ଏବେସୁଦ୍ଧା ୨କୋଟି ୭୨ ଲକ୍ଷ ୩୪ ହଜାର ୮୯୨ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ସାରିଲାଣି। ଏମାନଙ୍କ ମଧ୍ୟରେ ୧ କୋଟି ୯୩ ଲକ୍ଷ ୧୩ ହଜାର ୨୬ ଜଣ ସୁସ୍ଥ ହୋଇ ସାରିଲେଣି। ଅନ୍ୟପଟେ ୮ ଲକ୍ଷ ୮୭ ହଜାର ୫୫୦ ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ମଧ୍ୟ ହୋଇ ସାରିଲାଣି। ସାରା ବିଶ୍ୱରେ କରୋନାକୁ ନେଇ ହାହାକାର ଲାଗି ରହିଥିବା ବେଳେ ଏବେବି ଏହାର ପ୍ରକୋପ ଜାରି ରହିଛି। କିଛି ଦେଶରେ ଲକ୍‌ଡାଉନ ନିୟମ ଲାଗୁ କରାଯାଇଥିବା ବେଳେ ଆଉ କିଛି ଦେଶରେ ବିଗିଡି ଚାଲିଥିବା ଅର୍ଥ ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଅନଲକ୍‌ ନିୟମ ଲାଗୁ କରାଯାଇଛି। ପାକିସ୍ତାନରେ କରୋନାକୁ ନେଇ ଲକ୍‌ଡାଉନ୍‌ କରାଯିବା ପରଠାରୁ ଏହାର ଅର୍ଥବ୍ୟବସ୍ଥା ଆହୁରି ବିଗିଡି ଯାଇଛି। ତେଣୁ କରୋନା ସଂକ୍ରମଣର ପାଖାପାଖି ୬ ମାସ ପରେ ଏବେ ସେଠାରେ ସିନେମା ହଲ୍‌ ଓ ମଲ୍ଟିପ୍ଲେକ୍ସ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ସେପ୍ଟେମ୍ବର ୧୧ରେ ସେଠାରେ ସିନେମା ହଲ୍‌ ଓ ମଲ୍ଟିପ୍ଲେକ୍ସ ଖୋଲିବ ବୋଲି ସୂଚନା ମିଳିଛି। ଦୁଇଟି ହଲିଉଡ୍‌ ଫିଲ୍ମ ସହ ସିନେମା ହଲ୍‌ ଖୋଲିବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, କରୋନା ସଂକ୍ରମଣରେ ଏପର୍ଯ୍ୟନ୍ତ ପାକିସ୍ତାନରେ ୬,୩୮୨ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ପାକିସ୍ତାନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଏବେସୁଦ୍ଧା ପାକିସ୍ତାନରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୯୮,୫୦୯ରେ ପହଞ୍ଚିଛି। ସେଠାରେ ଏବେ ଭାରତୀୟ ଫିଲ୍ମ ପ୍ରଦର୍ଶନ ଉପରେ ପ୍ରତିବନ୍ଧକ ରହିବ ବୋଲି ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri