ଇମ୍ରାନ୍‌ଙ୍କ ଜାମିନ ଆବେଦନ ଉପରେ ଏଫ୍‌ଆଇଏକୁ ହାଇକୋର୍ଟଙ୍କ ନୋଟିସ, ଜବାବ ଦାଖଲ କରିବାକୁ ଦେଲେ ନିର୍ଦ୍ଦେଶ

ଇସଲାମାବାଦ,୧୮।୯: ଇସଲାମାବାଦ ହାଇକୋର୍ଟ ସୋମବାର ପାକିସ୍ତାନର ଶୀର୍ଷ ଅନୁସନ୍ଧାନକାରୀ ସଂସ୍ଥାକୁ ନୋଟିସ ଜାରି କରି ଗିରଫ ହୋଇ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ଜାମିନ ଆବେଦନ ଉପରେ ଜବାବ ମାଗିଛନ୍ତି।

ଇମ୍ରାନ୍‌ ଶନିବାର ତାଙ୍କ ଓକିଲ ସଲମାନ ସଫଦରଙ୍କ ମାଧ୍ୟମରେ ଇସଲାମାବାଦ ହାଇକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ। ଏକ ସ୍ବତନ୍ତ୍ର କୋର୍ଟ ତାଙ୍କ ଜାମିନକୁ ରଦ୍ଦ କରିଦେଇଥିଲେ। ସେପ୍ଟେମ୍ବର ୧୩ ରେ, ସ୍ବତନ୍ତ୍ର କୋର୍ଟ କୂଟନୈତିକ କେବୁଲ ଲିକ୍‌ ମାମଲାରେ ଇମ୍ରାନ୍‌ ଖାନ ଏବଂ ଦୁଇଥର ବୈଦେଶିକ ମନ୍ତ୍ରୀ ଥିବା ଶାହା ମହମୁଦ କୁରେଶୀଙ୍କ ନ୍ୟାୟିକ ହେପାଜତକୁ ସେପ୍ଟେମ୍ବର ୨୬ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ।

ଗତ ବର୍ଷ ମାର୍ଚ୍ଚରେ ପାକିସ୍ତାନୀ ଦୂତାବାସ ପଠାଇଥିବା ଏକ ଦଲିଲ ସଂପର୍କରେ ଦେଶର ଗୁପ୍ତ ଆଇନ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଇସଲାମାବାଦ ହାଇକୋର୍ଟର ପ୍ରଧାନ ବିଚାରପତି ଆମୀର ଫାରୁକ ଇମ୍ରାନ୍‌ ଖାନଙ୍କ ଓକିଲଙ୍କ ଯୁକ୍ତି ଶୁଣିବା ପରେ ଫେଡେରାଲ ଇନଭେଷ୍ଟିଗେଶନ ଏଜେନ୍ସି (ଏଫ୍‌ଆଇଏ) କୁ ନୋଟିସ ଜାରି କରିଛନ୍ତି ଏବଂ ତାଙ୍କ ଆବେଦନ ଉପରେ ଏହାର ଉତ୍ତର ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରେ କୋର୍ଟ ଏହି ଶୁଣାଣି ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି।

ଗତ ମାସରେ ଏଫଆଇଏ ଏହି ମାମଲା ଆରମ୍ଭ କରିଥିଲା ଏବଂ ଇମ୍ରାନ୍‌ ଖାନ ସେହି ସମୟରେ ଗିରଫ କରାଯାଇଥିଲା। ତୋଶାଖାନା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଇମ୍ରାନ୍‌ଙ୍କୁ ଅଗଷ୍ଟ ୨ ତାରିଖରୁ ଅଟକ ଜେଲରେ ରଖାଯାଇଛି। ଇସଲାମାବାଦ ହାଇକୋର୍ଟ ଅଗଷ୍ଟ ୨ରେ ତାଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଥିଲେ ମଧ୍ୟ କୂଟନୈତିକ କେବୁଲ ଲିକ୍‌ ମାମଲାରେ ସେ ଅଟକ ଜେଲରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri