ପ୍ରଚାରରେ ସୀମିତ ପ୍ଲାଷ୍ଟିକ୍‌, ପଲିଥିନ ବର୍ଜନ

କେନ୍ଦ୍ରାପଡ଼ା ଅଫିସ, ୬ା୯:ସାରା ଦେଶରେ ୨୦୧୬ ଅକ୍ଟୋବର ୨ରୁ ବର୍ଜ୍ୟବସ୍ତୁ ପରିଚାଳନା ଆଇନକୁ କଡାକଡି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର ସମ୍ପୂର୍ଣ୍ଣ ବର୍ଜନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ତେବେ ଏହାର ପରିଚାଳନାରେ କେନ୍ଦ୍ରାପଡ଼ା ପୌର ପ୍ରଶାସନ ପଛରେ ପଡିଛି। ଏ ନେଇ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍‌ଜିଟି) ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇଛି। ଆଇନ ପ୍ରଣୟନର ୬ ବର୍ଷ ମଧ୍ୟରେ ଏହା କେବଳ ପ୍ରଚାରରେ ସୀମିତ ରହିଛି। ଗୋବରୀ ନଦୀ ଓ କେନାଲ ଏବେ ବର୍ଜ୍ୟବସ୍ତୁରେ ଭର୍ତ୍ତିି ହୋଇ ଜଳପଥ ପୋତି ହେଉଛି। ସେହିପରି ସହରର ଡ୍ରେନରେ ପ୍ଲାଷ୍ଟକ ଓ ପଲିଥିନ ପଡି ଜଳ ନିଷ୍କାସନରେ ବାଧା ସୃଷ୍ଟି କରୁଛି।
ଏ ସମ୍ପର୍କରେ ଖଡିଅଙ୍ଗର ମନୋଜ କୁମାର ସିଂହ କୁହନ୍ତି, ୧୫୪ ବର୍ଷର ପୁରୁଣା କେନ୍ଦ୍ରାପଡ଼ା ପୌରାଞ୍ଚଳରେ ବର୍ଜ୍ୟବସ୍ତୁ ପରିଚାଳନା ଠିକ ଢଙ୍ଗରେ ହୋଇ ପାରୁନାହିଁ। ପୂର୍ବରୁ ଗୋବରୀ ନଦୀ ଓ କେନାଲ ଜଳକୁ ସ୍ନାନ ଶୌଚ ଆଦିରେ ବ୍ୟବହାର କରାଯାଉଥିଲା। ଏବେ ଏହି ଦୁଇ ଜଳପଥ ଆବର୍ଜନାରେ ଭରିଯାଇଛି। ଘରୋଇ ଅଶୌଚ କାର୍ଯ୍ୟରେ ନଦୀଜଳ ବ୍ୟବହାର କରାଯାଉଛି। ମାତ୍ର ଏହି ଜଳ ପ୍ରଦୂଷିତ ହୋଇଥିବାରୁ ସ୍ନାନ କଲେ ଦେହ ହାତ କୁଣ୍ଡାଇ ହେଉଛି। ବହୁଦିନ ଧରି ଏହି ଜଳ ଉତ୍ସରେ ଚିଙ୍ଗୁଡିଆ ଦଳ ଭରି ରହିଥିଲେ ମଧ୍ୟ ଜଳ ସମ୍ପଦ ବିଭାଗ ଏହାକୁ ସଫା କରୁନାହିଁ। ଫଳରେ ବର୍ଷାଦିନେ ପୂତି ଗନ୍ଧମୟ ପରିବେଶ ସୃଷ୍ଟି କରୁଛି। ସାମାଜିକ କର୍ମୀ ସେକ୍‌ ସାବିର କୁହନ୍ତି, ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ରାପଡ଼ା ସହର ପାଇଁ ସମସ୍ୟା ସୃଷ୍ଟି କରିଛି। ଜଣେ ଲୋକ ଦିନକୁ ହାରାହାରି ୫୦୦ ଗ୍ରାମର ଜୈବିକ ଓ ଅଜୈବିକ (ପ୍ଲାଷ୍ଟିକ୍‌ ଆଦି) ବର୍ଜ୍ୟବସ୍ତୁ ନିଷ୍କାସନ କରୁଛି। ମାସକୁ ସହରରୁ ୭୫ ମେଟ୍ରିକ ଟନ୍‌ ବର୍ଜ୍ୟବସ୍ତୁ ବାହାରୁଛି। ବର୍ଜ୍ୟବସ୍ତୁ ପରିଚାଳନା ଆଇନ କାର୍ଯ୍ୟକାରୀ ହେଉ ନ ଥିବାରୁ ବହୁ ପାଇଖାନାର ପାଇପ ମୁହଁ ଗୋବରୀ ନଦୀ ଓ କେନାଲକୁ ରହିଛି। ୨୦୧୬ ମସିହାରେ ପ୍ଲାଷ୍ଟିକ ବର୍ଜନ ପାଇଁ ପୌର ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଇଥିଲା। ତେବେ ପ୍ରଶାସନିକ ଅବହେଳା କାରଣରୁ କିଛିଦିନ ପରେ ଏ ନେଇ ଗୁରୁତ୍ୱ ରହିଲା ନାହିଁ। ଫଳରେ ବ୍ୟବସାୟ ଅନୁଷ୍ଠାନଠାରୁ ଆରମ୍ଭ କରି ଘରେ ପ୍ଲାଷ୍ଟିକ ଥଳିର ବ୍ୟବହାର ପୁନର୍ବାର ବଢ଼ିଯାଇଛି। ପରିବେଶବିତ୍‌ ସେକ୍‌ ଚାନ୍ଦ କହିଛନ୍ତି, ପ୍ଲାଷ୍ଟିକ ସାମଗ୍ରୀର ବହୁଳ ବ୍ୟବହାର ପରିବେଶ ପାଇଁ ବିପଦ ସୃଷ୍ଟି କରିଛି। କେତେକ ବୁଲା ଗୋରୁ ଓ କୁକୁର ଖାଦ୍ୟ ସାମଗ୍ରୀ ସହ ପ୍ଲାଷ୍ଟିକକୁ ଗିଳି ଦେଉଛନ୍ତି। ଏହି ପ୍ଲାଷ୍ଟିକ ସମ୍ପୃକ୍ତ ଜୀବଜନ୍ତୁଙ୍କ ପାକସ୍ଥଳୀକୁ ଯାଇ ବିପଦ ସୃଷ୍ଟି କରୁଛି। ସେହିପରି ପ୍ଲାଷ୍ଟିକ ମାଟିରେ ମିଶି ପାରୁ ନ ଥିବାରୁ ବର୍ଷାଜଳ ଭୂଗର୍ଭକୁ ଯାଇପାରୁନାହିଁ। ଫଳରେ ଭୂତଳ ଜଳସ୍ତର କମିବାରେ ଲାଗିଛି। ଆଗାମୀଦିନରେ ଏହା ସହରବାସୀଙ୍କ ପାଇଁ ବିପଦ ସୃଷ୍ଟି କରିବ। ଏ ସମ୍ପର୍କରେ ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଦେବପ୍ରସାଦ ବଳଙ୍କୁ ପଚାରିବାରେ ସହରର ପରିମଳ ବ୍ୟବସ୍ଥାକୁ ସୁଦୃଢ଼ୀକରଣ କରାଯାଇଛି। ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ସହରର ପ୍ରତ୍ୟେକ ସ୍ଥାନରେ ଡଷ୍ଟବିନ ଯୋଗାଇ ଦିଆଯାଇଛି। ଏଥିସହ ବ୍ୟବସାୟୀ ଓ ସହରବାସୀଙ୍କ ମଧ୍ୟରେ ପ୍ଲାଷ୍ଟିକ, ପଲିଥିନ ବ୍ୟବହାର ବନ୍ଦ ପାଇଁ ସଚେତନତା ସୃଷ୍ଟି କରାଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri