Posted inଜାତୀୟ

୨୦୨୪ରୁ କମ୍ପାର୍ଟମେଣ୍ଟାଲ ପରୀକ୍ଷା ହେବ ନାହିଁ

ନୂଆଦିଲ୍ଲୀ,୧୨ା୧୨: କାଉନସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ୍‌ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ଶ୍ରେଣୀରେ ୨୦୨୪ଠାରୁ କମ୍ପାର୍ଟମେଣ୍ଟାଲ ପରୀକ୍ଷା ହେବ ନାହିଁ। ଏହା ପରିବର୍ତ୍ତେ ପୁନଃମୂଲ୍ୟାୟନ ବ୍ୟବସ୍ଥା ଲାଗୁ କରାଯିବ। ଏଥିସହିତ ପୂର୍ବରୁ ପ୍ରଚଳିତ ରିଚେକିଂ ବ୍ୟବସ୍ଥା ମଧ୍ୟ ରହିବ ବୋଲି ଗତ ୭ ତାରିଖରେ ସିଆଇଏସ୍‌ସିଇ ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତିରୁ ଜଣାପଡ଼ିଛି। ଏନେଇ ଦେଶର ସମସ୍ତ ସିଆଇଏସ୍‌ସିଇ ପରିଚାଳିତ ବିଦ୍ୟାଳୟର ପ୍ରିନ୍ସପାଲମାନଙ୍କୁ ଜଣାଇ ଦିଆଯାଇଛି।

ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୨୦୨୪ ପରୀକ୍ଷା ବର୍ଷ ପରଠାରୁ ପରୀକ୍ଷା ଫଳ ସମ୍ପର୍କରେ ତଦାରଖ କରିବା ପ୍ରକ୍ରିୟାରେ ପରିବର୍ତ୍ତନ କରାଯିବ। ଜାତୀୟ ଶିକ୍ଷାନୀତି(ଏନ୍‌ଇପି), ୨୦୨୦ର ପ୍ରଗତିଶୀଳ ଅଗ୍ରଗତି ଲକ୍ଷ୍ୟରେ ବର୍ତ୍ତମାନର ରିଚେକିଂ ବ୍ୟବସ୍ଥା ସହ ଉତ୍ତର ଖାତା ପୁନଃମୂଲ୍ୟାୟନ ବ୍ୟବସ୍ଥା ଲାଗୁ କରିବାକୁ ସିଆଇଏସ୍‌ସିଇ ନିଷ୍ପତ୍ତି ନେଇଛି। ସେହିପରି ୨୦୨୪ରୁ କମ୍ପାର୍ଟମେଣ୍ଟାଲ ପରୀକ୍ଷା ଯୋଜନା ସମ୍ପୂର୍ଣ୍ଣ ବନ୍ଦ ହେବ। ପରୀକ୍ଷା ବର୍ଷ ୨୦୨୪ରୁ ଛାତ୍ରୀଛାତ୍ରଙ୍କ ପାଇଁ ସର୍ବାଧିକ ଦୁଇଟି ବିଷୟରେ ଅଗ୍ରଗତି ପରୀକ୍ଷା ସୁଯୋଗ ରହିବ ବୋଲି ସିଆଇଏସ୍‌ସିଇ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri