ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ପରିସରରେ ମଙ୍ଗଳବାର ପରିବେଶ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି କୋର୍ଟ ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଆୟୋଜିତ ସଭାରେ ଦିଗପହଣ୍ଡି ସିଭିଲ କୋର୍ଟ ସିନିୟର ଡିଭିଜନ ମାଜିଷ୍ଟ୍ରେଟ ମହାଶ୍ୱେତା ପରିଜା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନିଳିମା ଷଡ଼ଙ୍ଗୀ, ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥ, ସ୍ନାତକ କଲେଜ ଅଧ୍ୟକ୍ଷା ସ୍ବାଗତିକା ପାତ୍ର, ଓକିଲ ସଂଘର ଉପସଭାପତି ସନ୍ତୋଷ କୁମାର ସାହୁ, ସମ୍ପାଦକ ପ୍ରଦୀପ କୁମାର ନାୟକ, ପୂର୍ବତନ ସମ୍ପାଦକ କୁରେଶୁ ପଣ୍ଡା, କୋର୍ଟ କର୍ମଚାରୀ ଅଶ୍ବିନୀ କୁମାର ପଟ୍ଟନାୟକ, ଆଇନଜୀବୀ ସଞ୍ଜୟ କୁମାର ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।
ପରିବେଶ ସୁରକ୍ଷା ଓ ପ୍ରଦୂଷଣ ନିୟନ୍ତ୍ରଣ ଦିଗରେ ରହିଥିବା ବିଭିନ୍ନ ଆଇନ ସମ୍ପର୍କରେ ଛାତ୍ରୀମାନଙ୍କୁ ସଚେତନ କରାଯିବା ସହ ବିପଦମୁକ୍ତ ଭବିଷ୍ୟତ ଗଠନରେ ନାଗରିକଙ୍କ ଭୂମିକା ଉପରେ ସଚେତନତା କରାଯାଇଥିଲା।
ପ୍ରାରମ୍ଭରେ ଅଧ୍ୟାପିକା ଡ଼.ସୁଜାତା ପାତ୍ର ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶେଷରେ ଅଧ୍ୟାପିକା ସସ୍ମିତା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ସଭା ପରିଚାଳନାରେ କୋର୍ଟ କର୍ମଚାରୀ ତଥା ଟିଏଲ୍ସି ସମ୍ପାଦକ ପ୍ରଦୀପ କୁମାର ପୁରୋହିତ, ସଂଗ୍ରାମ କେଶରୀ ପଣ୍ଡା, ନିରଞ୍ଜନ ଶବରଙ୍କ ସମେତ କଲେଜର ଅନ୍ୟ ସମସ୍ତ ଅଧ୍ୟାପିକା ଅଧ୍ୟାପକ ଏବଂ କର୍ମଚାରୀ ସହଯୋଗ କରିଥିଲେ।


