‘ବିପଦମୁକ୍ତ ଭବିଷ୍ୟତ ଗଠନରେ ନାଗରିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ’

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ପରିସରରେ ମଙ୍ଗଳବାର ପରିବେଶ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି କୋର୍ଟ ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଆୟୋଜିତ ସଭାରେ ଦିଗପହଣ୍ଡି ସିଭିଲ କୋର୍ଟ ସିନିୟର ଡିଭିଜନ ମାଜିଷ୍ଟ୍ରେଟ ମହାଶ୍ୱେତା ପରିଜା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନିଳିମା ଷଡ଼ଙ୍ଗୀ, ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥ, ସ୍ନାତକ କଲେଜ ଅଧ୍ୟକ୍ଷା ସ୍ବାଗତିକା ପାତ୍ର, ଓକିଲ ସଂଘର ଉପସଭାପତି ସନ୍ତୋଷ କୁମାର ସାହୁ, ସମ୍ପାଦକ ପ୍ରଦୀପ କୁମାର ନାୟକ, ପୂର୍ବତନ ସମ୍ପାଦକ କୁରେଶୁ ପଣ୍ଡା, କୋର୍ଟ କର୍ମଚାରୀ ଅଶ୍ବିନୀ କୁମାର ପଟ୍ଟନାୟକ, ଆଇନଜୀବୀ ସଞ୍ଜୟ କୁମାର ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

ପରିବେଶ ସୁରକ୍ଷା ଓ ପ୍ରଦୂଷଣ ନିୟନ୍ତ୍ରଣ ଦିଗରେ ରହିଥିବା ବିଭିନ୍ନ ଆଇନ ସମ୍ପର୍କରେ ଛାତ୍ରୀମାନଙ୍କୁ ସଚେତନ କରାଯିବା ସହ ବିପଦମୁକ୍ତ ଭବିଷ୍ୟତ ଗଠନରେ ନାଗରିକଙ୍କ ଭୂମିକା ଉପରେ ସଚେତନତା କରାଯାଇଥିଲା।

ପ୍ରାରମ୍ଭରେ ଅଧ୍ୟାପିକା ଡ଼.ସୁଜାତା ପାତ୍ର ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶେଷରେ ଅଧ୍ୟାପିକା ସସ୍ମିତା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ସଭା ପରିଚାଳନାରେ କୋର୍ଟ କର୍ମଚାରୀ ତଥା ଟିଏଲ୍‌ସି ସମ୍ପାଦକ ପ୍ରଦୀପ କୁମାର ପୁରୋହିତ, ସଂଗ୍ରାମ କେଶରୀ ପଣ୍ଡା, ନିରଞ୍ଜନ ଶବରଙ୍କ ସମେତ କଲେଜର ଅନ୍ୟ ସମସ୍ତ ଅଧ୍ୟାପିକା ଅଧ୍ୟାପକ ଏବଂ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୋସେରି ଦୋକାନରେ ବିକ୍ରି କରୁଥିଲେ ମଦ: ମାଡ଼ିବସିଲା…

ଦେବଗଡ଼,୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ  କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମରେ ରାମଚନ୍ଦ୍ର ବେହେରା (୫୮) ତାଙ୍କ ଗ୍ରୋସେରି ଦୋକାନରେ ବେଆଇନ ଭାବେ ଦେଶୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri