Posted inଜାତୀୟ

ଦେଶବାସୀ ଦେଖୁଛନ୍ତି କଥା କାର୍ଯ୍ୟ ମଧ୍ୟରେ ଥିବା ପାର୍ଥକ୍ୟ, ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ…

ନୂଆଦିଲ୍ଲୀ, ୧୭।୮ : ବିଲକିସ ବାନୋ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୧୧ ଅପରାଧୀଙ୍କ ମୁକ୍ତ କରିବା ନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଦେଶବାସୀ ପ୍ରଧାନମନ୍ତ୍ରୀଙ୍କ କଥାଓ କାର୍ଯ୍ୟ ମଧ୍ୟରେ ପାର୍ଥକ୍ୟକୁ ଦେଖୁଛି। ରାହୁଲ ଗାନ୍ଧୀ ପ୍ରଶ୍ନ କରିଛନ୍ତି, ଏଭଳି ନିଷ୍ପତ୍ତି ଦେଶର ମହିଳାମାନଙ୍କୁ କେଉଁ ବାର୍ତ୍ତା ଦେଉଛି?

ରାହୁଲ ଗାନ୍ଧୀ ଟୁଇଟ କରି କହିଛନ୍ତି ଯେ ଯେଉଁମାନେ ୫ ମାସର ଗର୍ଭବତୀ ମହିଳାଙ୍କୁ ବଳାତ୍କାର କରି ତାଙ୍କ ୩ ବର୍ଷର ଶିଶୁକନ୍ୟାଙ୍କୁ ହତ୍ୟା କରିଥିଲେ ସେମାନଙ୍କୁ ସ୍ବାଧୀନତାର ଅମୃତ ମହୋତ୍ସବ ସମୟରେ ମୁକ୍ତ କରାଯାଇଛି। ଦେଶର ଶକ୍ତି ବିଷୟରେ କହୁଥିବା ଦେଶର ମହିଳାମାନଙ୍କୁ ଏହା କ’ଣ ବାର୍ତ୍ତା ଦେଉଛି? ସେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ, ସମଗ୍ର ଦେଶ ତୁମର କଥା ଓ କାର୍ଯ୍ୟ ମଧ୍ୟରେ ପାର୍ଥକ୍ୟ ଦେଖୁଛି ।

୨୦୦୨ ଗୁଜୁରାଟ ଦଙ୍ଗା ସମୟରେ ଗର୍ଭବତୀ ମହିଳା ବିଲକିସ ବାନୋଙ୍କୁ ଗଣ ବଳାତ୍କାର କରାଯାଇଥିଲା। ଏହା ପରେ ପରିବାରର ୭ଜଣ ସଦସ୍ୟଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ୧୧ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରଥିଲେ। ତେବେ ସମସ୍ତ ଦୋଷୀଙ୍କୁ ଗୁଜରାଟ ସରକାରଙ୍କ ମୁକ୍ତ ନୀତି ଅନୁଯାୟୀ ଖଲାସ କରାଯାଇଥିଲା।

ଅପରପକ୍ଷରେ ତେଲେଙ୍ଗାନା ମନ୍ତ୍ରୀ କେ.ଟି. ରାମା ରାଓ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ସେ କହିଛନ୍ତି ଯେ ବିଲକିସ ବାନୋ ଗଣ ବଳାତ୍କାର ଏବଂ ତାଙ୍କ ପରିବାର ସଦସ୍ୟଙ୍କ ହତ୍ୟା ମାମଲାରେ ୧୧ ଜଣ ଦୋଷୀଙ୍କୁ ଛାଡ ପ୍ରଦାନ କରିବାକୁ ଗୁଜରାଟ ସରକାରଙ୍କ ନିଷ୍ପତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ହସ୍ତକ୍ଷେପ କରିବା ଉଚିତ।

ରାମା ରାଓ ଏକ ଟୁଇଟ କରି କହିଛନ୍ତି, ପ୍ରଧାନମନ୍ତ୍ରୀ ଯଦି ପ୍ରକୃତରେ ମହିଳାମାନଙ୍କ ସମ୍ମାନ ବିଷୟରେ କହିଥାନ୍ତି ତେବେ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବା ଜରୁରୀ। ପ୍ରଧାନମନ୍ତ୍ରୀ ଗୁଜରାଟ ସରକାରଙ୍କ ଛାଡ଼ ଆଦେଶକୁ ପ୍ରତ୍ୟାହାର କରନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?