ସହରରେ ସିଟି ଫେଷ୍ଟିଭାଲ, ଜିଲାରେ ହେବ ଉତ୍ସବ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଆସନ୍ତା ବର୍ଷ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌-୨୦୨୩ ଅନୁଷ୍ଠିତ ହେବ। ଏ ନେଇ ପ୍ରସ୍ତୁତି ଜୋରଦାର ଚାଲିଛି। ବିଶ୍ୱକପ୍‌ ବେଳେ ସାରା ରାଜ୍ୟରେ ସିଟି ଫେଷ୍ଟିଭାଲ ଓ ଜିଲା ସ୍ତରରେ ଜିଲାସ୍ତରୀୟ ଉତ୍ସବ ଆୟୋଜିତ ହେବ।
ସ୍କୁଲ, କଲେଜରେ ଖେଳ ଓ ହକିର ପ୍ରସାର ପାଇଁ ପ୍ରୋତ୍ସାହିତ କରାଯିବ। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ହକି ବିଶ୍ବକପ୍‌ ଆୟୋଜନ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିରେ ବିଶ୍ବକପ୍‌ ଆୟୋଜନ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରାଯାଇଛି। ସମୀକ୍ଷା ବେଳେ ଷ୍ଟାଡିୟମ ପ୍ରସ୍ତୁତି, ଯୋଗାଯୋଗ, ଆତିଥ୍ୟ, ଟ୍ରାଫିକ୍‌ ଓ ଗହଳି ନିୟନ୍ତ୍ରଣ, ସୁରକ୍ଷା ଆଦି ଦିଗ ଉପରେ ଆଲୋଚନା କରାଯାଇଛି। ଚଳିତ ଆର୍ଥିକ ବର୍ଷରେ କ୍ରୀଡ଼ା ଓ ଯୁବସେବା ବିଭାଗ ୭୫କୋଟି ଟଙ୍କା ହକି ବିଶ୍ବକପ୍‌ ପାଇଁ ବ୍ୟୟ କରିବ । ଭୁବନେଶ୍ବରର କଳିଙ୍ଗ ଓ ରାଉରକେଲା ବିର୍ସାମୁଣ୍ଡା ଷ୍ଟାଡିୟମରେ ବିଶ୍ୱକପ୍‌ ଖେଳ ହେବ। ଉଭୟ ଷ୍ଟାଡିୟମରେ ସମସ୍ତ ବନ୍ଦୋବସ୍ତ କରାଯାଉଛି। ଖୁବ୍‌ଶୀଘ୍ର ରାଉରକେଲାକୁ ବିମାନ ଚଳାଚଳ ଆରମ୍ଭ ହେବ। ରାଉରକେଲାରେ ଜାନୁୟାରୀରୁ ମୋ ବସ୍‌ ସେବା ଆରମ୍ଭ ହେବ। ପାଖରେ ହକି ଟିକେଟ ଥିଲେ ଷ୍ଟାଡିୟମକୁ ମାଗଣାରେ ମୋ ବସ୍‌ରେ ଯାଇପାରିବେ ।
ଆସନ୍ତା ୧୧ ତାରିଖରେ କଟକରେ ହକି ବିଶ୍ବକପ୍‌ ଉଦ୍‌ଘାଟନ କାର୍ଯ୍ୟକ୍ରମ ହେବ ।
ବିଶ୍ବକପ୍‌ ପୂର୍ବରୁ ସବୁ ଜିଲାରେ ନଗର କ୍ରୀଡ଼ା ଆୟୋଜନ କରାଯିବ । ଏଥିରେ ବିଭିନ୍ନ ବିଭାଗରେ ଖେଳ ଅନୁଷ୍ଠିତ ହେବ । ବିଜୟୀଙ୍କୁ ପୁରସ୍କାର ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି। ରାଜ୍ୟର ସବୁ ଜିଲାକୁ ହକି ଟ୍ରଫି ଟୁର୍‌ କରିବ । ଉଭୟ ସହରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜୋରସୋରରେ ଚାଲିଛି। ବିଶ୍ୱକପ୍‌ ପୂର୍ବରୁ ସମସ୍ତ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶ୍ୱକପ୍‌ ପାଇଁ ଚାଲିଥିବା ପ୍ରସ୍ତୁତିକୁ ନେଇ ଆୟୋଜକ କମିଟି ସନ୍ତୋଷ ବ୍ୟକ୍ତ କରିଛି। ଏହି ବୈଠକରେ ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଏବଂ ଭାରତୀୟ ହକି ଫେଡେରେଶନର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

IAS ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲାପାଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୭ା୧୦: ରାଜ୍ୟ ପ୍ରଶାସନିକ ସ୍ତରକୁ ଅଧିକ କ୍ରିୟାଶୀଳ ଓ ବ୍ୟବସ୍ଥିତ କରିବା ପାଇଁ ଓଡ଼ିଶା ସରକାର ରାଜ୍ୟରେ IAS ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ନବରଙ୍ଗପୁର…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?