ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ ସହରକୁ ଅଧିକ ଟାର୍ଗେଟ କରାଯାଉଛି, ଭାରତର ମନ୍ତବ୍ୟ…

ନୂଆଦିଲ୍ଲୀ/କ୍ୱିଭ୍‌/ମସ୍କୋ, ୩୦।୬ : ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୧୨୬ ଦିନ ବିତିଛି। ଗୋଟିଏ ଦିନ ପୂର୍ବରୁ କ୍ରାମେଚକର ଏକ ଶପିଂ ମଲ ଉପରେ ରୁଷିଆ ସେନା ପକ୍ଷରୁ କ୍ଷେପଣସ୍ତ୍ର ମାଡ଼ କରାଯାଇଥିଲା। ଏନେଇ ମିଳିତ ଜାତିସଂଘରେ ଭାରତ କହିଛି ଯେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ ସହରାଞ୍ଚଳର ଗୁରୁତ୍ୱପୂର୍ଣ୍ଣ ନାଗରିକ ଭିତ୍ତିଭୂମି ଯୁଦ୍ଧର ସହଜ ଲକ୍ଷ୍ୟ ପାଲଟିଛି।

ସହରକୁ ଟାର୍ଗେଟ କରାଯାଉଛି। ଯୁଦ୍ଧ ଯୋଗୁ ସହର ଗୁଡ଼ିକ ଧ୍ୱଂସସ୍ତୁପ ପାଲଟୁଛି। ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ୟୁକ୍ରେନ ଉପରେ ଭାରତର ସ୍ଥାୟୀ ଡେପୁଟି ପ୍ରତିନିଧୀ ଆର. ରବିନ୍ଦ୍ର କହିଛନ୍ତି, ଏହି ଯୁଦ୍ଧ ଯୋଗୁଁ ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ବିଶେଷକରି ମହିଳା, ଶିଶୁ ଏବଂ ବୃଦ୍ଧମାନଙ୍କ ପାଇଁ ସମସ୍ୟା ଉପୁଜିଛି।
ସେ କହିଛନ୍ତି ଯେ ଲକ୍ଷ ଲକ୍ଷ ଲୋକ ଭିଟାମାଟି ଛାଡ଼ି ପଡୋଶୀ ଦେଶରେ ଶରଣାର୍ଥୀ ଭାବେ ଆଶ୍ରୟ ନେଇଛନ୍ତି। ରବିନ୍ଦ୍ର କହିଛନ୍ତି, ୟୁକ୍ରେନ ପରିସ୍ଥିତିକୁ ନେଇ ଭାରତ ବହୁତ ଚିନ୍ତିତ। ରାଜନୈତିକ ଏବଂ ଶାନ୍ତି ରକ୍ଷା ବିଭାଗର ଡେପୁଟି ସେକ୍ରେଟେରୀ ରୋଜେମାରି ଡି କାର୍ଲୋ, ୟୁକ୍ରେନର କ୍ରାମେଚକ ସହରର ମଲ ଉପରେ ହୋଇଥିବା କ୍ଷେପଣାସ୍ତ୍ର ମାଡ଼ରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଥିବା କହିଛନ୍ତି।

ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ମଧ୍ୟ ଡିଜିଟାଲ ମାଧ୍ୟମ ମାଧ୍ୟମରେ ପରିଷଦର ଏହି ବୈଠକକୁ ସମ୍ବୋଧିତ କରିଛନ୍ତି। ଫେବୃଆରୀରେ ଯୁଦ୍ଧ ଆରମ୍ଭ ହେବା ପରେ ଏହା ଦ୍ୱିତୀୟ ଥର ଥିଲା ଯେ ଜେଲେନସ୍କି ୧୫ ସଦସ୍ୟ ବିଶିଷ୍ଟ ସୁରକ୍ଷା ପରିଷଦ ସହିତ ସିଧାସଳଖ କଥା ହୋଇଥିଲେ। ସେ କହିଛନ୍ତି ଯେ ରୁଷିଆ କ୍ରମାଗତ ଭାବରେ ଆତଙ୍କବାଦୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ତାକୁ ଏପରି କାର୍ଯ୍ୟରୁ ନିବୃତ୍ତ କରିବାକୁ ବିଶ୍ୱ ସମ୍ପ୍ରଦାୟକୁ ଆଗକୁ ଆସିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri