Posted inଜାତୀୟ

ମୁଣ୍ଡକା ଅଗ୍ନିକାଣ୍ଡ: ହ୍ୱାଟସଆପ ବଞ୍ଚାଇଦେଲା ୧୦୦ରୁ ଅଧିକ ଜୀବନ

ନୂଆଦିଲ୍ଲୀ,୧୪ ।୫: ରାଜଧାନୀ ଦିଲ୍ଲୀର ମୁଣ୍ଡକା ମେଟ୍ରୋ ଷ୍ଟେଶନ ନିକଟରେ ଥିବା ଏକ ବ୍ୟବସାୟିକ ୩ ମହଲା ଘରେ ଶୁକ୍ରବାର ନିଆଁ ଲାଗିଯିବା ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା । ଏହି ନିଆଁ ଏତେ ଭୟଙ୍କର ଥିଲା ଯେ ଏଥିରେ ଏବେପଯ୍ୟନ୍ତ ୨୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ପ୍ରାୟ ୪୦ ଜଣ ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା କରାଯାଉଛି । ତେବେ ନିଆଁ ଲାଗିଯିବା ସମୟରେ ଏହାର ଆଖପାଖରେ ଥିବା ଲୋକେ ହ୍ୱାଟସଆପ ଜରିଆରେ ଅନ୍ୟମାନଙ୍କୁ ସୂଚନା ଦେବା ସହ ଦମକଳ ଗାଡି ପହଞ୍ଚିବା ପୂର୍ବରୁ ସାଧାରଣ ଲୋକେ କେତେଜଣଙ୍କୁ ଉଦ୍ଧାର କରିଥିଲେ । କୁହାଯାଉଛି ହ୍ୱାଟସଆପ ମେସେଜ ପାଇବା ପରେ ବହୁ ସଂଖ୍ୟାରେ ଲୋକେ ସେଠାରେ ପହଞ୍ଚିବା ସହ ନିଆଁରେ ଫସି ରହିଥିବା ପ୍ରାୟ ୧୦୦ରୁ ଉର୍ଦ୍ଧ୍ୱ ଲୋକଙ୍କୁ ଉଦ୍ଧାର କରିଥିଲେ । ଜଣେ ପ୍ରତ୍ୟେକ୍ଷଦର୍ଶୀ କହିଛନ୍ତି ଘଟଣା ସମ୍ପର୍କରେ ଜାଣିବା ପରେ ସେଠାରେ ପ୍ରାୟ ୨ଶହରୁ ଅଧିକ ଲୋକେ ରୁଣ୍ଡ ହୋଇଯିବା ସହ ଘରର ଦ୍ୱିତୀୟ ମହଲାରେ ଅଧିକ ଲୋକ ଥିବା ଜାଣିି ସେଠାରୁ ଲୋକଙ୍କୁ ତୁରନ୍ତ ଉଦ୍ଧାର କରିଥିଲେ । ହେଲେ ପରେ ନିଆଁ ଏତେ ଶୀଘ୍ର ବ୍ୟାପିଥିଲା ଯେ ତା ମଧ୍ୟରୁ ଲୋକଙ୍କୁ ବାହାର କରିବା କାଠିକର ପାଠ ହୋଇଥିଲା । ମୃତକ ୨୭ ଜଣଙ୍କ ମଧ୍ୟରେ ୨ ଜଣ ଅଗ୍ନିଶମ କର୍ମଚାରୀ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri