ଆଲୋକମାଳାରେ ସଜ୍ଜିତ ହେବ ସହର

ଅନୁଗୋଳ ଅଫିସ, ୧୪ା୩: ଜିଲାସ୍ତରୀୟ ଓଡ଼ିଶା ଦିବସ ଓ ଅନୁଗୋଳ ଜିଲା ପ୍ରତିଷ୍ଠା ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ସୋମବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ସାଧାରଣ) ରଜନୀକାନ୍ତ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ଦିବସ ଦିନ ପ୍ରତ୍ୟୁଷରୁ ଜିଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇ ସହର ପରିକ୍ରମା କରାଯିବା ସହ ବିଭିନ୍ନ ଶିକ୍ଷାନୁଷ୍ଠାନୁଷ୍ଠାନ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରଭାତ ଫେରି କରାଯିବ। ସହରରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ଥିରୀକୃତ ମୁଖ୍ୟ ଅତିଥି ଓ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଦ୍ୱାରା ମାଲ୍ୟାର୍ପଣ କରାଯିବ। ଓଡ଼ିଶା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା ଚଳିତମାସ ୨୭ ତାରିଖରୁ ଆରମ୍ଭ ହେବ। ରକ୍ତଭଣ୍ଡାର ଓ ପତଞ୍ଜଳି ଯୋଗ ସମିତି ଦ୍ୱାରା ରକ୍ତଦାନ ଶିବିର ଆୟୋଜନ କରାଯିବ। ସନ୍ଧ୍ୟାରେ ସଭାଘର ଠାରେ ସାଧାରଣ ସଭା ଓ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ। ପରେ ଜିଲା ସଂସ୍କୃତି ପରଷଦ ଅନୁକୂଲ୍ୟରେ ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ।
ବୈଠକ ଆରମ୍ଭରେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କୌଳାଶ ଚନ୍ଦ୍ର ବେହେରା ସମସ୍ତଙ୍କୁ ସ୍ବାଗତ ଜଣାଇବା ସହ ବିଗତ ବର୍ଷ ବିବରଣୀ ପାଠ କରିଥିଲେ। ଓଡ଼ିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସ ଗୋଟିଏ ଦିନରେ ପଡ଼ୁଥିବାରୁ ବିଭିନ୍ନ କୋଠାବାଡ଼ିକୁ ସମ୍ପୃକ୍ତ ଅନୁଷ୍ଠାନ କର୍ମକର୍ତ୍ତାମାନେ ଆଲୋକମାଳାରେ ସଜାଇ ପାଳନ କରିବେ ବୋଲି ଆଲୋଚନା ହୋଇଥିଲା। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ(ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଲଳିତ ମୋହନ ବେହେରା, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ତ୍ରିଲୋଚନ ପ୍ରଧାନ, ଅନୁଗୋଳ ପୌର ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ପ୍ରତିଭା ବାରିକଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସାମାଜିକ କର୍ମୀ, ଶିକ୍ଷୟିତ୍ରୀ ଶିକ୍ଷକ, ଖବରଦାତା, ବୁଦ୍ଧିଜୀବୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri