୧୨୭ବାଟାଲିଆନ ସିଆରପିଏଫର ସିଭିକ୍ସ ଆକ୍ସନ ପ୍ରୋଗ୍ରାମ, ଦାଦନ ଶ୍ରମିକ ଭାବେ…

ତୁମୁଡିବନ୍ଧ,୨୯ା୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତର ସଭା ଗୃହରେ ୧୨୭ବାଟାଲିଆନ ସିଆରପିଏଫର ସିଭିକ୍ସ ଆକ୍ସନ ପ୍ରୋଗ୍ରାମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ୧୨୭ବାଟାଲିଆନର ସିଆରପିଏଫ କମାଣ୍ଡାଣ୍ଟ ପଙ୍କଜ ବର୍ମାଙ୍କ ନିର୍ଦ୍ଦେଶ କ୍ରମେ କରାଯାଇଛି । ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ଲଷ୍ମୀ ନାରାୟଣ ପାସି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ମୁଖ୍ୟ ଅତିଥି ଭାବରେ ଝିରିପାଣି ସରପଞ୍ଚ କାନ୍ତି ପାତ୍ର, ସମ୍ମାନୀତ ଅତିଥି ଭାବେ ସମିତି ସଭ୍ୟ ଡଗର ପାତ୍ର ଓ ଗୋରେଖ ପାତ୍ର ଯୋଗ ଦେଇଥିଲେ।

ଏହି ସିଭିକ୍ସ ଆକ୍ସନ ପ୍ରୋଗ୍ରାମ ମାଧ୍ୟମରେ ଝିରିପାଣି ଅଞ୍ଚଳର ୨୦ ଜଣ ଯୁବତୀଙ୍କୁ ୧୫ଦିନିଆ ଏକ ସିଲେଇ ତାଲିମ ପ୍ରଦାନ କରାଯାଇଛି । ଏହାସହ ସେମାନଙ୍କୁ ସିଲେଇ ମେସିନ ମଧ୍ୟ ଦିଆଯାଇଛି । ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ଆସିଷ୍ଟାଣ୍ଡ କାମାଣ୍ଡାଣ୍ଟ ପାସି ବୁଝାଇ କହିଥିଲେ ଯେ ଯୁବତୀମାନେ ଅସାମାଜିକ ଲୋକ ଓ ସଂଗଠନମାନଙ୍କ ପ୍ରଲୋଭନ ପଡ଼ିବା ଓ ଦାଦନ ଶ୍ରମିକ ଭାବେ ଅନ୍ୟ ରାଜ୍ୟକୁ ଯିବା ଭଳି କାର୍ଯ୍ୟରୁ ନିବୃତ ରୁହନ୍ତୁ । ନିଜେ ଆତ୍ମନିର୍ଭରଶୀଳ ହୋଇ ରୋଜଗାର କରନ୍ତୁ । ଏଭଳି ପଦକ୍ଷେପକୁ ଅଞ୍ଚଳବାସୀ ସ୍ୱାଗତ କରିବା ସହିତ ଧନ୍ୟବାଦ ଜଣାଇଛନ୍ତି । ଏହି କାର୍ଯ୍ୟକ୍ରମରେ ୧୨୭ବାଟାଲିଆନ ସିଆରପିଏଫର ସମସ୍ତ ଯବାନ ଓ ଗ୍ରାମବାସୀ ଉପସ୍ଥିତ ଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri