Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଶୋଇଥିଲେ ପୌର ଅଧିକାରୀ, ଭିଡ଼ିଓ ଭାଇରାଲ ପରେ ହେଲେ ନିଲମ୍ବିତ…

ଅହମଦାବାଦ,୩୦।୪ : ଗୁଜରାଟର କଚ୍ଛ ଜିଲ୍ଲାର ଭୁଜରେ ଜଣେ ପୌର ଅଧିକାରୀ ସରକାରୀ କାର୍ଯ୍ୟରେ ଶୋଇଥିବାରୁ ନିଲମ୍ବନ ହୋଇଛନ୍ତି। ନିଲମ୍ବିତ ଅଧିକାରୀ ଜିଗର ପଟେଲ ଭୁଜ ପୌରପାଳିକାର ମୁଖ୍ୟ ଅଧିକାରୀ।

ଶନିବାର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ ଏକ କାର୍ଯ୍ୟକ୍ରମ ଥିଲା। ଏହି କାର୍ଯ୍ୟ ସମୟରେ, ଯେତେବେଳେ ମୁଖ୍ୟମନ୍ତ୍ରୀ ମଞ୍ଚରୁ ସମ୍ବୋଧିତ କରୁଥିଲେ, ସେତେବେଳେ ତାଙ୍କ ସାମ୍ନାରେ ବସିଥିବା ଜିଗର ଶୋଇପଡିଥିଲେ। କେବଳ ଏତିକି ନୁହେଁ ଶୋଇବା ସମୟରେ ତାଙ୍କର ଏକ ଭିଡିଓ ସୋସିଆଲ ମିିଡିଆରେ ଭାଇରାଲ ହୋଇଥିଲା। ଏହା ପରେ ରାଜ୍ୟର ନଗର ଉନ୍ନୟନ ଏବଂ ନଗର ଗୃହ ବିଭାଗ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ତୁରନ୍ତ ଶନିବାର ସାର ତାଙ୍କୁ ବିଭାଗ ପକ୍ଷରୁ ନିଲମ୍ବିତ କରାଯାଇଥିଲା।

ନଗର ଉନ୍ନୟନ ଏବଂ ନଗର ଗୃହ ବିଭାଗର ଜଣେ ଅଧିକାରୀ ଏହି କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଛନ୍ତି। ଚରମ ଅବହେଳା ଏବଂ କର୍ତ୍ତବ୍ୟ ପ୍ରତି ନିଷ୍ଠା ଅଭାବରୁ ତାଙ୍କୁ ନିଲମ୍ବିତ କରାଯାଇଛି ବୋଲି ସେ କହିଛନ୍ତି। ଗୁଜରାଟ ସିଭିଲ ସର୍ଭିସେସ (ଅନୁଶାସନ ଏବଂ ଅପିଲ) ନିୟମ, ୧୯୭୧ ର ନିୟମ ୫(୧) (କ) ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?