ଦେୱାନୀ ଅଦାଲତ କର୍ମଚାରୀଙ୍କୁ ବର୍ଷେ ଜେଲ

ଆନନ୍ଦପୁର,୨୨ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଏସଡିଜେଏମ କୋର୍ଟରେ ଏକ ମାମଲାର ବିଚାର ହୋଇ ରାୟ ପ୍ରକାଶ ପାଇଛି। ମାତ୍ର ଦୁଇ ମାସ ମଧ୍ୟରେ ବିଚାର ହୋଇ ରାୟ ପ୍ରକାଶ ପାଇବା ଘଟଣାକୁ ସବୁ ମହଲରେ ସ୍ବାଗତ କରାଯାଇଛି। ଆନନ୍ଦପୁର ଏସ୍‌ଡିଜେଏମ ରଶ୍ମୀରେଖା ପାତ୍ର ଜିଆର କେସ୍‌ (ନଂ .୪୯/୨୨)ର ବିଚାର କରି ଦେୱାନୀ ଅଦାଲତର କର୍ମଚାରୀଙ୍କୁ ୧ ବର୍ଷ ଜେଲ ଦଣ୍ଡ ଶୁଣାଇଛନ୍ତି। ସୂଚନାଯୋଗ୍ୟ, ଜଣେ କର୍ତ୍ତବ୍ୟରତ ଦେୱାନୀ ଅଦାଲତ ଅଧିକାରୀଙ୍କୁ କାର୍ଯ୍ୟ ଅବଧି ସମୟରେ ଗାଳିଗୁଲଜ କରିବା ଘଟଣାରେ ଦେୱାନୀ ଅଦାଲତର କର୍ମଚାରୀ ରତିକାନ୍ତ ଶତପଥିଙ୍କ ବିରୋଧରେ ଗତ ମାର୍ଚ୍ଚ ୩ ତାରିଖରେ ଆନନ୍ଦପୁର ଥାନାରେ ଅଭିଯୋଗ ହୋଇଥିଲା। ତାଙ୍କର ବିଳମ୍ବିତ କାର୍ଯ୍ୟ ଓ ଅସଙ୍ଗତ ବ୍ୟବହାର ପାଇଁ ତାଙ୍କୁ କାରଣ ଦର୍ଶାଇବାକୁ କୁହାଯାଇଥିଲା। ହେଲେ କର୍ମଚାରୀ ଜଣଙ୍କ ଉତକ୍ଷିପ୍ତ ହୋଇ ଗାଲିଗୁଲଜ କରିବା ସହିତ ଅଦାଲତି କାର୍ଯ୍ୟରେ ବ୍ୟାଘାତ ସୃଷ୍ଟି କରିଥିଲେ। ଆନନ୍ଦପୁର ସବ୍‌ ଜଜ୍‌ ମହେଶ୍ୱତା ପରିଜାଙ୍କ ଅଭିଯୋଗ ଆଧାରରେ ଆନନ୍ଦପୁର ଥାନାରେ ଏକ ମାମଲା (ନଂ.୫୦/୨୦୨୨) ରୁଜୁ କରାଯାଇ କର୍ମଚାରୀଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା। ସହକାରୀ ସରକାରୀ ଆଇନଜୀବୀ ପ୍ରଦୀପ କୁମାର ଜେନା ଏହି ମାମଲାକୁ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ହାତୀ ପାଇଁ ଅଟକିଲା ମାଲବାହୀ ଟ୍ରେନ୍‌: ଲୋକୋପାଇଲଟ….

କେନ୍ଦୁଝର/ଯୋଡ଼ା,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ/ମାନସ ମହାନ୍ତି):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ସେକ୍ସନ ବାମେବାରି ନିକଟ ନମିରା ଗ୍ରାମ ନିକଟ ବନ୍ଧୁଆବେଡ଼ାରେ ଗୁରୁବାର ସକାଳ ସମୟରେ ହାତୀ ପାଇଁ…

କେନ୍ଦୁଝର ଯିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ଜୋରଦାର

କେନ୍ଦୁଝର,୧୩।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲା ଗ୍ରସ୍ତରେ ଆସିବେ। ସଦର ବ୍ଲକ ବଳଭଦ୍ରପୁର ଗ୍ରାମରେ ଆୟୋଜିତ ହେବାକୁ ଥିବା…

କେନ୍ଦୁଝରରେ ଧର୍ମଘଟ: ଏଆଇଟିୟୁସି କର୍ମୀ ବାଇକ୍‌ରେ ବୁଲି ବୁଲି ଦୋକାନ ବଜାର ବନ୍ଦ ପାଇଁ କଲେ ଅନୁରୋଧ

କେନ୍ଦୁଝର,୧୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଫେବୃଆରୀ ୧୨ ତାରିଖ କେନ୍ଦ୍ରୀୟ ଶ୍ରମିକ ସଂଗଠନମାନଙ୍କ ଡାକରାରେ କେନ୍ଦୁଝର ଜିଲାର ସଦର ମହକୁମା ସମେତ ଖଣି ଅଞ୍ଚଳ ଯୋଡ଼ା, ବଡ଼ବିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri