Posted inଜାତୀୟ

ପରୀକ୍ଷା କେନ୍ଦ୍ର ବଦଳାଇପାରିବେ ସିଭିଲ ସର୍ଭିସ ପ୍ରିଲିମ୍‌ ପ୍ରାର୍ଥୀ

ନୂଆଦିଲ୍ଲୀ,୨ା୭(ପି.ଟି.): ସିଭିଲ୍‌ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା ଅକ୍ଟୋବର ୪ରେ ଅନୁଷ୍ଠିତ ହେବାକୁ ଥିଲାବେଳେ ପ୍ରାର୍ଥୀ ଚାହିଁଲେ ସେମାନଙ୍କ ପରୀକ୍ଷା କେନ୍ଦ୍ର ବଦଳାଇପାରିବେ ବୋଲି କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ଘୋଷଣା କରାଯାଇଛି। ଏଥର ପରୀକ୍ଷା ଦେବା ପାଇଁ ବହୁସଂଖ୍ୟାରେ ପ୍ରାର୍ଥୀ ଆବେଦନ କରିଥିବାବେଳେ ଅନେକେ ସେମାନଙ୍କ ପରୀକ୍ଷା କେନ୍ଦ୍ର ବଦଳାଇବା ପାଇଁ ଅନୁରୋଧ କରିଥିଲେ। ସେମାନଙ୍କୁ ନୂଆ ପରୀକ୍ଷା କେନ୍ଦ୍ର ଚୟନ କରି ଆବେଦନ କରିବା ଲାଗି ଏକ ସୁଯୋଗ ଦେବାକୁ କମିଶନ ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ସିଭିଲ୍‌ ସର୍ଭିସ୍‌ (ମେନ୍‌) ପରୀକ୍ଷା, ୨୦୨୦ ଏବଂ ଭାରତୀୟ ବନ ସେବା (ମେନ୍‌) ପରୀକ୍ଷା, ୨୦୨୦ ପାଇଁ ମଧ୍ୟ ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ସୁଯୋଗ ଦିଆଯାଇଛି। ଏଥିପାଇଁ ଜୁଲାଇ ୭ରୁ ୧୩ ଏବଂ ୨୦ରୁ ୨୪ ତାରିଖ ଦୁଇଟି ପର୍ଯ୍ୟାୟରେ କମିଶନଙ୍କ ଓ୍ବେବ୍‌ସାଇଟ http://upsconline.nic.inରେ ପ୍ରାର୍ଥୀ ସଂଶୋଧିତ ପରୀକ୍ଷା କେନ୍ଦ୍ର ପାଇଁ ଆବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri