ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ ‘ତୃତୀୟ ଲିଙ୍ଗ’ ବିକଳ୍ପକୁ ସାମିଲ କରାଯାଇଛି। ଏ ସମ୍ପର୍କରେ OPSC ପକ୍ଷରୁ ଏକ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ତୃତୀୟ ଲିଙ୍ଗ ବର୍ଗର ପ୍ରାର୍ଥୀମାନଙ୍କୁ ସକ୍ଷମ କର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରଦତ୍ତ ପରିଚୟ ପତ୍ର ବା ସାର୍ଟିଫିକେଟ୍ ଅପଲୋଡ୍ କରିବାକୁ ହେବ। ଯଦି ତୃତୀୟ ଲିଙ୍ଗ ମାନ୍ୟତା ପାଇବା ପରେ ପ୍ରାର୍ଥୀଙ୍କ ନାମରେ କୌଣସି ପରିବର୍ତ୍ତନ ହୋଇଥାଏ, ତେବେ ସେ ସମ୍ପର୍କିତ ଡକ୍ୟୁମେଣ୍ଟ ମଧ୍ୟ ଦାଖଲ କରିବା ଅନିର୍ବାର୍ଯ୍ୟ।

ଏହି ନିଷ୍ପତ୍ତି ପଛରେ ଓଡ଼ିଶା ମାନବାଧିକାର କମିଶନ (OHRC) ଙ୍କ ନିର୍ଦ୍ଦେଶ ରହିଛି। ସୋନି ସିଲ୍‌ ନାମକ ଜଣେ ତୃତୀୟ ଲିଙ୍ଗ ପ୍ରାର୍ଥୀ OPSC ପରୀକ୍ଷା ଫର୍ମରେ ଉପଯୁକ୍ତ ବିକଳ୍ପ ନଥିବାରୁ ପାତରଅନ୍ତର ଅଭିଯୋଗ କରି ଏକ ପିଟିସନ ଦାଖଲ କରିଥିଲେ। ଏହାକୁ ଆଧାର କରି OHRC ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗକୁ ଏହି ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଥିଲେ।

“ରାଜ୍ୟର ସମସ୍ତ ସରକାରୀ ବିଭାଗ ଓ ନିଗମଗୁଡ଼ିକର ନିଯୁକ୍ତି ପ୍ରକ୍ରିୟାରେ ତୃତୀୟ ଲିଙ୍ଗ ବିକଳ୍ପ ସୁନିଶ୍ଚିତ କରିବାକୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗକୁ ମଧ୍ୟ କୁହାଯାଇଛି।”

ରାଜ୍ୟ ସରକାରଙ୍କୁ ଏହି ନିର୍ଦ୍ଦେଶାବଳୀର ଅନୁପାଳନ ରିପୋର୍ଟ ୬୦ ଦିନ ମଧ୍ୟରେ ଦାଖଲ କରିବାକୁ OHRC ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri