ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି । ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ । ସୁନ୍ଦରଗଡ଼ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକଙ୍କ ଘରେ ରେଡ୍ ଜାରି ରହିଛି ।

ଖବର ଅନୁସାରେ, ସୁନ୍ଦରଗଡ଼ ଜିଲା ଅଧୀନ OSCSC Ltd. (ଓଡ଼ିଶା ଷ୍ଟେଟ୍ ସିଭିଲ୍ ସପ୍ଲାଏ କର୍ପୋରେସନ୍) କାର୍ଯ୍ୟାଳୟର ଜୁନିୟର ଏକାଉଣ୍ଟାଣ୍ଟ ରବୀନ୍ଦ୍ର କୁମାର ବାରିକଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ବଡ଼ ଧରଣର ଚଢ଼ାଉ ଆରମ୍ଭ ହୋଇଛି। ସୁନ୍ଦରଗଡ଼ ସମେତ ବାଲେଶ୍ୱର ଚୂନଭାଟି ମଣ୍ଡପରେ ରେଡ୍‌ ହୋଇଥିବା ସୂଚନା ରହିଛି । ଆପାର୍ଟମେଣ୍ଟ, ବ୍ୟାଙ୍କ ଜମା, ବିଭିନ୍ନ କାଗଜପତ୍ର, ଗାଡି ଆଦି ସମ୍ପର୍କରେ ଖୋଳତାଡ଼ ଆରମ୍ଭ ହୋଇଥିବା ଜଣାପଡିଛି ।

ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍, ଭିଜିଲାନ୍ସ, ବାଲେଶ୍ୱରଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ଆଧାରରେ ୩ ଜଣ ଡିଏସଫ ୬ ଜଣ ଇନ୍ସପେକ୍ଟର ଓ ଅନ୍ୟ ସହାୟକ କର୍ମଚାରୀଙ୍କ ସମ୍ମିଳିତ ଦଳ ଦ୍ୱାରା ବାଲେଶ୍ୱର ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି ।

ବାଲେଶ୍ୱର ଜିଲା ଗୋପାଳଗାଁରେ ଅବସ୍ଥିତ ତିନିତଳା ବାସଭବନ
ଗୋପାଳଗାଁ, ବାଲେଶ୍ୱରରେ ଥିବା ତିନିତଳା ବ୍ୟବସାୟିକ ମାର୍କେଟ୍ କମ୍ପ୍ଲେକ୍ସ ଏବଂ ଜିମ୍
ବାଲେଶ୍ୱରରେ ଥିବା କଲ୍ୟାଣ ମଣ୍ଡପ
ସୁନ୍ଦରଗଡ଼ରେ ଅବସ୍ଥିତ ତାଙ୍କ କାର୍ଯ୍ୟାଳୟ
ସୁନ୍ଦରଗଡ଼ରେ ଭଡା ନିଆ ବାସଗୃହ

ଭିଜିଲାନ୍ସ ପକ୍ଷରୁ ତଲାସି ଅଭିଯାନ ଏପର୍ଯ୍ୟନ୍ତ ଜାରି ରହିଛି। ତଦନ୍ତ ସମାପ୍ତି ପରେ ଅଧିକ ସୂଚନା ମିଲିବ ବୋଲି ଭିଜିଲାନ୍ସ ବିଭାଗ ପକ୍ଷରୁ କୁହାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri