ସୁଡାନରେ ଗୃହଯୁଦ୍ଧ: ଭାରତୀୟ ଦୂତାବାସ ଜାରି କଲା ଆଡଭାଇଜରୀ…

ଖାର୍ତୁମ,୧୫।୪ : ପାରାମିଲିଟାରୀ ଫୋର୍ସ ଏବଂ ଦେଶର ସେନା ମଧ୍ୟରେ କିଛି ଦିନ ଧରି ତିକ୍ତତା ପରେ ସୁଦାନର ରାଜଧାନୀ ଖାର୍ତୁମରେ ବନ୍ଧୁକ ଫୁଟିବା ଓ ବିସ୍ଫୋରଣ ଶବ୍ଦ ଶୁଣିବାକୁ ମିଳିଛି। ରିପୋର୍ଟ ଅନୁଯାୟୀ ସହରର ମଧ୍ୟଭାଗରେ ଥିବା ସେନା ମୁଖ୍ୟାଳୟ ନିକଟରେ ଗୁଳି ବିନିମୟ ହୋଇଛି। ଅନ୍ୟପକ୍ଷରେ ବିସ୍ଫୋରଣ ଓ ଗୁଳି ବିନିମୟ ମଧ୍ୟରେ ଭାରତୀୟ ଦୂତାବାସ ପକ୍ଷରୁ ଭାରତୀୟମାନଙ୍କୁ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ କହିଛି। ଦେଶରେ ଏହା ଯୋଗୁ ଏକ ଗୃହଯୁଦ୍ଧ ସ୍ଥିତି ସୃଷ୍ଟି ହୋଇଛି।
ପାରାମିଲିଟାରୀ ରାପିଡ ସପୋର୍ଟ ଫୋର୍ସ (ଆରଏସଏଫ) କହିଛି ଯେ ଏହା ବିମାନବନ୍ଦରକୁ ନିୟନ୍ତ୍ରଣ କରିଛି। ଏହାପୂର୍ବରୁ ଏହା କୁହାଯାଇଥିଲା ଯେ ଖାର୍ତୁମର ଦକ୍ଷିଣରେ ଥିବା ଏହାର ଏକ କ୍ୟାମ୍ପ ଉପରେ ଆକ୍ରମଣ କରାଯାଇଥିଲା। ଏଥିସହିତ ସେନା କହିଛି ଯେ ଆରଏସଏଫ ଯୁଦ୍ଧବିମାନ ସେନା ମୁଖ୍ୟାଳୟକୁ କାବୁ କରିବାକୁ ଚେଷ୍ଟା କରୁଛି।

ସେନା ମୁଖପାତ୍ର ବ୍ରିଗେଡିୟର୍‌ ଜେନେରାଲ ନାବିଲ ଅବଦଲ୍ଲା କହିଛନ୍ତି ଯେ ରାପିଡ ସପୋର୍ଟ ଫୋର୍ସର ସଂଗ୍ରାମୀମାନେ ଖାର୍ତୁମ ଏବଂ ସୁଦାନର ଅନ୍ୟାନ୍ୟ ସ୍ଥାନରେ ଅନେକ ସେନା ଶିବିର ଉପରେ ଆକ୍ରମଣ କରିଥିଲେ। ସଂଘର୍ଷ ଚାଲିଛି ଏବଂ ଦେଶର ସୁରକ୍ଷା ପାଇଁ ସେନା ନିଜର କର୍ତ୍ତବ୍ୟ କରୁଛି। ଉତ୍ତର ମେରୋଭ ସହରରେ ଗୁଳି ବିନିମୟ ହୋଇଛି। ଆଲାରାବିଆ ଟିଭି ସେଠାରେ ଥିବା ଏକ ସାମରିକ ଶିବିରରୁ ଧୂଆଁ ଉଠୁଥିବା ଚିତ୍ର ପ୍ରସାରଣ ରଏଟର୍ସ ନ୍ୟୁଜ ଏଜେନ୍ସି ରିପୋର୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?