ପାକିସ୍ତାନରେ ଗୃହଯୁଦ୍ଧ ସ୍ଥିତି…

ଇସଲାମବାଦ,୫।୧୧ : ପାକିସ୍ତାନରେ ଗୃହଯୁଦ୍ଧର ପରିସ୍ଥିତି ଉପୁଜିଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସମର୍ଥକମାନେ ରକାର ଏବଂ ସେନା ବିରୋଧରେ ସାରା ଦେଶରେ ହିଂସା ପ୍ରଦର୍ଶନ ଜାରି ରଖିଛନ୍ତି। ଇତିମଧ୍ୟରେ ୱାଜିରାବାଦରେ ପୋଲିସର କଠୋର କାର୍ଯ୍ୟକଳାପରେ ୧୪ ଜଣ ଆହତ ହୋଇଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଛି। ସିନ୍ଧ, ପଞ୍ଜାବ ଏବଂ ଖାଇବର ପାସ୍ତୁନଖ୍ବା ପ୍ରଦେଶରେ ଇମ୍ରାନଙ୍କୁ ବିପୁଳ ସମର୍ଥନ ମିଳୁଛି। ଏହି ପ୍ରଦେଶଗୁଡ଼ିକରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଲାହୋର, ଫୈଜାବାଦ, ଫୈସଲାବାଦ ସମେତ ଅନେକ ସହରରେ ଇମ୍ରାନ ସମର୍ଥକମାନେ ଟାୟାର ଜାଳି ପୋଲିସ ଉପରକୁ ପଥର ଫିଙ୍ଗିଛନ୍ତି। ଏହାର ଜବାବରେ ପୋଲିସ ବିକ୍ଷୋଭକାରୀଙ୍କୁ ଘଉଡାଇବା ପାଇଁ ସେମାନଙ୍କ ଉପରକୁ ଲୁହବୁହା ଗ୍ୟାସ ଚଳାଇଥିଲା ଏବଂ ପରେ ଅନେକ ସ୍ଥାନରେ ଗୁଳି ଚାଳନା ମଧ୍ୟ ହୋଇଥିଲା।

ଇମ୍ରାନ ଖାନଙ୍କ ପାର୍ଟି ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ର ସାଧାରଣ ସମ୍ପାଦକ ଆସାଦ ଉମର କହିଛନ୍ତି ଯେ ଇମ୍ରାନ ଏହି ଆକ୍ରମଣକୁ ଭୟ କରୁନାହାଁନ୍ତି। ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପାଇଁ ସେମାନଙ୍କର ଦାବି ଗ୍ରହଣ ନହେବା ପର୍ଯ୍ୟନ୍ତ ଏହି ବିରୋଧ ଜାରି ରହିବ। ତେବେ ଏହାକୁ ନେଇ ପାକିସ୍ତାନରେ ଗୃହଯୁଦ୍ଧ ପରିସ୍ଥିତି ସୃଷ୍ଟି ହେବାକୁ ଯାଉଛି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri