ଶ୍ରୀଲଙ୍କାରେ ଗୃହଯୁଦ୍ଧ ପରିସ୍ଥିତି

କଲମ୍ବୋ,୧୦ ।୫: ଶ୍ରୀଲଙ୍କାରେ ଦେଖାଯାଇଥିବା ଗମ୍ଭୀର ଆର୍ଥିକ ସଙ୍କଟ ମଧ୍ୟରେ ସୋମବାର ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍‌ସେ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଏହି ଘଟଣାର କିଛି ଘଣ୍ଟା ଭିତରେ ମହିନ୍ଦା ରାଜପାକ୍‌ସେଙ୍କ ସମର୍ଥକଙ୍କ ଦ୍ୱାରା ରାଷ୍ଟ୍ରପତି ଗୋଟବାୟା ରାଜପାକ୍‌ସେଙ୍କ କାର୍ଯ୍ୟାଳୟ ବାହାରେ ପ୍ରଦର୍ଶନକାରୀଙ୍କ ଉପରେ ଆକ୍ରମଣ ହେବା ଫଳରେ ରାଜଧାନୀ କଲମ୍ବୋରେ ସେନା ମୁତୟନ କରାଯାଇଛି । ହିଂସାରେ ଅତିକମରେ ୧୭୩ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ଦେଶରେ ସରକାର ସମର୍ଥକ ଓ ବିରୋଧିଙ୍କ ମଧ୍ୟରେ ହୋଇଥିବା ହିଂସାରେ ରାଜପାକ୍‌ସେ ବନ୍ଧୁଙ୍କ ଶାସକ ଦଳର ଜଣେ ସାଂସଦଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ହୋଇଛି । ଏଭଳି ସ୍ଥିତିରେ ଏବେ ଶ୍ରୀଲଙ୍କାରେ ଗୃହଯୁଦ୍ଧର ପରିସ୍ଥିତି ଉପୁଜିଥିବା କୁହାଯାଉଛି । ସାଂସଦ ଓ ସରକ୍ଷାକର୍ମୀଙ୍କୁ ହତ୍ୟା କରାଯିବା ପରେ ସୁରକ୍ଷାକୁ କଡାକଡି କରାଯାଇଛି । ଏହାସହ ପୋଲିସଙ୍କ ଛୁଟିକୁ ବାତିଲ କରିଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri