Posted inଜାତୀୟ

୧୦୦ ଦିନ ପୂରଣ କଲେ ସିଜେଆଇ ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ,୧୭।୨(ପି.ଟି.):ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ପ୍ରଥମ ୧୦୦ ଦିନ ପୂରଣ କରିଛନ୍ତି। ଏହି ସମୟ ମଧ୍ୟରେ ସୁପ୍ରିମକୋର୍ଟ ସଂସ୍କାରରେ ଅନେକ ଅଗ୍ରଗତି ହୋଇଛି। ବିଶେଷ କରି କୋର୍ଟଗୁଡ଼ିକ ଅଧିକ ଟେକ୍‌ନୋଲୋଜି ଫ୍ରେଣ୍ଡଲି ହୋଇଛି। ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କ ସମୟରେ ସୁପ୍ରିମକୋର୍ଟରେ ୮ ଜଣ ନୂଆ ବିଚାରପତି ନିଯୁକ୍ତି ପାଇବା ସହ ବିଭିନ୍ନ ହାଇକୋର୍ଟରେ ଖାଲିସ୍ଥାନ ପୂରଣ ହୋଇଛି। ଏହି ସମୟରେ ଯେତିକି ମାମଲା ଦାଏର ହୋଇଛି, ତା’ଠାରୁ ଅଧିକ ମାମଲା ଫଇସଲା ହୋଇପାରିଛି। ଗତବର୍ଷ ନଭେମ୍ବର ୯ରେ ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ ସିଜେଆଇ ଭାବେ ଶପଥ ନେଇଥିଲେ। ସେ ଏହି ପଦରେ ୨୦୨୪ ନଭେମ୍ବର ୧୦ ପର୍ଯ୍ୟନ୍ତ ରହିବେ। ସିଜେଆଇଙ୍କ ପ୍ରଥମ ୧୦୦ ଦିନରେ ରେକର୍ଡ ଡିଜିଟାଲାଇଜେଶନ ହେବା ସହ ଆଇନଜୀବୀମାନଙ୍କ ପାଇଁ ଅନ୍‌ଲାଇନ ହାଜର ସ୍ଲିପ୍‌, ଆର୍‌ଟିଆଇ ଅନ୍‌ଲାଇନ ପୋର୍ଟାଲ ଏବଂ ଡିଜିଟାଲ କୋର୍ଟ ଡେସ୍କଟପ୍‌ ଆପ୍ଲିକେଶନ ଶୁଭାରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri