Posted inଜାତୀୟ

ଗୋଟିଏ ମଞ୍ଚରେ ସିଜେଆଇ ଲଳିତ-ଶିନ୍ଦେ, ବିରୋଧୀ ଦଳଙ୍କ ଅଭିଯୋଗ ଗଣତନ୍ତ୍ର ସଙ୍କଟରେ…

ମୁମ୍ବାଇ, ୧୧।୯ : ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି(ସିଜେଆଇ) ୟୁୟୁ ଲଲିତ ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏକାଠି ଗୋଟିଏ ମଞ୍ଚରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ବିରୋଧୀ ଦଳଙ୍କ ପକ୍ଷରୁ ନିନ୍ଦା କରାଯାଇଛି। ଏହାକୁ ନେଇ ମହା ବିକାଶ ଆଘାଡିଙ୍କ ସହଯୋଗୀମାନେ ପ୍ରଶ୍ନ ଉଠାଇଛନ୍ତି।

ଏନସିପି ଅଧ୍ୟକ୍ଷ ଜୟନ୍ତ ପାଟିଲ କହିଛନ୍ତି ଯେ ଏକନାଥ ଶିନ୍ଦେ ସରକାରଙ୍କ ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ଏକ ଗୁରୁତର ମାମଲା ସୁପ୍ରିମକୋର୍ଟର ଏକ ସାମ୍ବିଧାନିକ ବେଞ୍ଚ ଦ୍ୱାରା ଶୁଣାଣି ହେଉଛି। ତେଣୁ ଶିନ୍ଦେ ଭାରତର ପ୍ରଧାନ ବିଚାରପତିଙ୍କ ସହ ମଞ୍ଚରେ ଉପସ୍ଥିତ ରହିବା ଅନ୍ୟାୟ। ଏହା ପ୍ରୋଟୋକଲ ଅନୁଯାୟୀ ଠିକ ନୁହେଁ।

ଶନିବାର ମୁମ୍ବାଇରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୟୁୟୁ ଲଲିତଙ୍କୁ ସମ୍ମାନିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କ ସହିତ ଶିନ୍ଦେ ମଧ୍ୟ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମର ଫଟୋ ପୋଷ୍ଟ କରି କଂଗ୍ରେସ ମୁଖପାତ୍ର ସଚିନ ସାୱନ୍ତ ଟୁଇଟ କରି କହିଛନ୍ତି ଯେ ଯେତେବେଳେ ମାନ୍ୟବର ସୁପ୍ରିମକୋର୍ଟଙ୍କ ଦ୍ୱାରା ଶିନ୍ଦେ- ଦେବେନ୍ଦ୍ର ଫଡନାଭିସ ସରକାରଙ୍କ ବୈଧତା ଯାଞ୍ଚ କରାଯାଉଛି ଏପରିସ୍ଥଳେ ଏଭଳି କାର୍ଯ୍ୟ ଦ୍ୱାରା କେବଳ ବର୍ତ୍ତମାନର ସରକାର ନୁହେଁ, ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଅଯୋଗ୍ୟ ଘୋଷଣା କରାଯାଇ ପାରିବ।

ଏନେଇ ଶିବସେନା ମୁଖପାତ୍ର ଅରବିନ୍ଦ ସାୱନ୍ତ କହିଛନ୍ତି, ଆଜିକାଲି ନିୟମ ଏବଂ ଆଇନ ଅନୁଯାୟୀ କିଛି ଘଟୁନାହିଁ। ସେଥିପାଇଁ ଆମେ କହୁଛୁ ଗଣତନ୍ତ୍ର ବିପଦ ଏବଂ ସଙ୍କଟରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri