Posted inଜାତୀୟ

ଗୋଟିଏ ମଞ୍ଚରେ ସିଜେଆଇ ଲଳିତ-ଶିନ୍ଦେ, ବିରୋଧୀ ଦଳଙ୍କ ଅଭିଯୋଗ ଗଣତନ୍ତ୍ର ସଙ୍କଟରେ…

ମୁମ୍ବାଇ, ୧୧।୯ : ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି(ସିଜେଆଇ) ୟୁୟୁ ଲଲିତ ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏକାଠି ଗୋଟିଏ ମଞ୍ଚରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ବିରୋଧୀ ଦଳଙ୍କ ପକ୍ଷରୁ ନିନ୍ଦା କରାଯାଇଛି। ଏହାକୁ ନେଇ ମହା ବିକାଶ ଆଘାଡିଙ୍କ ସହଯୋଗୀମାନେ ପ୍ରଶ୍ନ ଉଠାଇଛନ୍ତି।

ଏନସିପି ଅଧ୍ୟକ୍ଷ ଜୟନ୍ତ ପାଟିଲ କହିଛନ୍ତି ଯେ ଏକନାଥ ଶିନ୍ଦେ ସରକାରଙ୍କ ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ଏକ ଗୁରୁତର ମାମଲା ସୁପ୍ରିମକୋର୍ଟର ଏକ ସାମ୍ବିଧାନିକ ବେଞ୍ଚ ଦ୍ୱାରା ଶୁଣାଣି ହେଉଛି। ତେଣୁ ଶିନ୍ଦେ ଭାରତର ପ୍ରଧାନ ବିଚାରପତିଙ୍କ ସହ ମଞ୍ଚରେ ଉପସ୍ଥିତ ରହିବା ଅନ୍ୟାୟ। ଏହା ପ୍ରୋଟୋକଲ ଅନୁଯାୟୀ ଠିକ ନୁହେଁ।

ଶନିବାର ମୁମ୍ବାଇରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୟୁୟୁ ଲଲିତଙ୍କୁ ସମ୍ମାନିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କ ସହିତ ଶିନ୍ଦେ ମଧ୍ୟ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମର ଫଟୋ ପୋଷ୍ଟ କରି କଂଗ୍ରେସ ମୁଖପାତ୍ର ସଚିନ ସାୱନ୍ତ ଟୁଇଟ କରି କହିଛନ୍ତି ଯେ ଯେତେବେଳେ ମାନ୍ୟବର ସୁପ୍ରିମକୋର୍ଟଙ୍କ ଦ୍ୱାରା ଶିନ୍ଦେ- ଦେବେନ୍ଦ୍ର ଫଡନାଭିସ ସରକାରଙ୍କ ବୈଧତା ଯାଞ୍ଚ କରାଯାଉଛି ଏପରିସ୍ଥଳେ ଏଭଳି କାର୍ଯ୍ୟ ଦ୍ୱାରା କେବଳ ବର୍ତ୍ତମାନର ସରକାର ନୁହେଁ, ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଅଯୋଗ୍ୟ ଘୋଷଣା କରାଯାଇ ପାରିବ।

ଏନେଇ ଶିବସେନା ମୁଖପାତ୍ର ଅରବିନ୍ଦ ସାୱନ୍ତ କହିଛନ୍ତି, ଆଜିକାଲି ନିୟମ ଏବଂ ଆଇନ ଅନୁଯାୟୀ କିଛି ଘଟୁନାହିଁ। ସେଥିପାଇଁ ଆମେ କହୁଛୁ ଗଣତନ୍ତ୍ର ବିପଦ ଏବଂ ସଙ୍କଟରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri