Posted inଜାତୀୟ

ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…

ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି ଲୋକ ଭାରତରେ ଗଣତାନ୍ତ୍ରିକ ପରିବେଶ ଏବଂ କଥିତ ରୂପେ ଅସହମତିର ସ୍ବରକୁ ଚପାଇ ଦିଆଯାଉଥିବା ନେଇ ପ୍ରଶ୍ନ ଉଠାଇବାକୁ ଚେଷ୍ଟା କରିଥିଲେ। ଏହି ସମ୍ପୂର୍ଣ୍ଣ ଘଟଣାକ୍ରମ ଉପରେ ଭାରତୀୟ ହାଇକମିଶନ (ଉଚ୍ଚାୟୋଗ) କଡ଼ା ପ୍ରତିକ୍ରିୟା ପ୍ରକାଶ କରି ଏହାକୁ ସାର୍ବଜନୀନ ଆଲୋଚନାର ମର୍ଯ୍ୟାଦା ବିରୁଦ୍ଧ ବୋଲି କହିଛନ୍ତି।

ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ ଜୁନ ୪ ତାରିଖରେ ‘ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଏବଂ ଅନ୍ତର୍ଜାତୀୟ ଆଇନ’ ବିଷୟ ଉପରେ ବକ୍ତବ୍ୟ ଦେବା ପାଇଁ ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ପହଞ୍ଚିଥିଲେ। ତାଙ୍କ ସମ୍ବୋଧନ ପରେ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରଖାଯାଇଥିଲା, ଯେଉଁଠାରେ ଜଣେ ବ୍ୟକ୍ତି ଭାରତରେ ଅସହମତି ପ୍ରତି ବଢୁଥିବା କଥିତ ଅସହିଷ୍ଣୁତାର ପ୍ରସଙ୍ଗ ଉଠାଇଥିଲେ।

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଜଣେ ମହିଳା ଏହା କହୁଥିବାର ଦେଖାଯାଉଛନ୍ତି ଯେ, ଭାରତ ଭିତରେ ଏବଂ ଅନ୍ତର୍ଜାତୀୟ ସ୍ତରରେ ଅନେକ ଆଇନଗତ ପର୍ଯ୍ୟବେକ୍ଷକ ଦେଶରେ ଅସହମତି ପ୍ରତି ବଢୁଥିବା ଶତ୍ରୁତା ଭାବ ସମ୍ପର୍କରେ ଚିନ୍ତା ପ୍ରକଟ କରିଛନ୍ତି। ସେ ଦାବି କରିଛନ୍ତି ଯେ ଏହି ଧାରା ପ୍ରଧାନ ବିଚାରପତିଙ୍କ ଭାଷଣରେ ମଧ୍ୟ ପ୍ରତିଫଳିତ ହେଉଛି।

ଏହି ସମୟରେ, ମହିଳା ଜଣକ CJIଙ୍କୁ “କକ୍‌ରୋଚ” ଏବଂ “ପରଜୀବୀ” ବିଷୟରେ ତାଙ୍କର ସାମ୍ପ୍ରତିକ ମନ୍ତବ୍ୟ ବିଷୟରେ ପ୍ରଶ୍ନ କରିବାକୁ ଚେଷ୍ଟା କରିଥିଲେ। ହେଲେ, କାର୍ଯ୍ୟକ୍ରମର ଆୟୋଜକମାନେ ଏହା କହି ପ୍ରଶ୍ନ ଗ୍ରହଣ କରିବାକୁ ମନା କରିଦେଇଥିଲେ। କାରଣ କାର୍ଯ୍ୟକ୍ରମର ବିଷୟବସ୍ତୁ ‘ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଏବଂ ଆନ୍ତର୍ଜାତୀୟ ଆଇନ’ ଅଟେ, ତେଣୁ ସେଥିସହିତ ଜଡ଼ିତ ନଥିବା (ଅପ୍ରାସଙ୍ଗିକ) ପ୍ରଶ୍ନଗୁଡ଼ିକୁ ସାମିଲ କରାଯିବ ନାହିଁ।

ଏହି ଘଟଣା ପରେ ଭାରତୀୟ ଉଚ୍ଚାୟୋଗ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ, କୌଣସି ବ୍ୟକ୍ତିଙ୍କ ଦ୍ୱାରା କାର୍ଯ୍ୟକ୍ରମରେ ବ୍ୟାଘାତ ସୃଷ୍ଟି କରିବାକୁ ଚେଷ୍ଟା କରିବା ଗ୍ରହଣୀୟ ନୁହେଁ। ଉଚ୍ଚାୟୋଗ କହିଛନ୍ତି ଯେ ଗଣତାନ୍ତ୍ରିକ ସମାଜରେ ମତଭେଦ ରହିବା ସ୍ବାାଭାବିକ, କିନ୍ତୁ ସେଗୁଡ଼ିକୁ ସଭ୍ୟ ଏବଂ ସମ୍ମାନଜନକ ଢଙ୍ଗରେ ପ୍ରକାଶ କରାଯିବା ଉଚିତ୍‌।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ୩ ଲକ୍ଷ ୧୫ ହଜାର ଲାଞ୍ଚ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri