Posted inଜାତୀୟ

ସତର୍କ କରାଇଲେ ସିଜେଆଇ

ଚେନ୍ନାଇ,୨୩।୭: ପ୍ରଯୁକ୍ତି, ବିଶେଷ କରି ବହୁସଂଖ୍ୟାରେ ଲୋକଙ୍କ ସହ ତୁରନ୍ତ ଯୋଗାଯୋଗକୁ ସହଜ କରାଇଥିବା ସାମାଜିକ ଗଣମାଧ୍ୟମ ଏବଂ କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ଯେପରି ଅପବ୍ୟବହାର ନ ହୁଏ, ତାହା ସୁନିଶ୍ଚିତ କରାଯିବା ଆବଶ୍ୟକ। କାରଣ ବ୍ୟକ୍ତି ମୂଲ୍ୟବୋଧ ଏବଂ ବ୍ୟକ୍ତିଗତ ଗୋପନୀୟତା ସର୍ବୋପରି ଗୁରୁତ୍ୱପୂର୍ଣ୍ଣ ବୋଲି ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଶନିବାର କହିଛନ୍ତି। ସେ କହିଛନ୍ତି, ନୂଆ ପ୍ରଯୁକ୍ତି ଶୂନ୍ୟରେ ତିଷ୍ଠିପାରିବ ନାହିଁ। ସେଥିପାଇଁ ସେଗୁଡ଼ିକର ସୁବିନିଯୋଗ ଲାଗି ସୁରକ୍ଷିତ ବ୍ୟବସ୍ଥା କରିବାକୁ ହେବ। ସମ୍ଭାବ୍ୟ ବ୍ୟକ୍ତି ସ୍ବାଧୀନତା ଉଲ୍ଲଂଘନ ନେଇ ଲୋକଙ୍କ ମଧ୍ୟରେ ଯେପରି କୌଣସି ସନ୍ଦେହ ନ ରହେ, ସେଥିପାଇଁ ଟେକ୍‌ନୋଲୋଜିର ବ୍ୟବହାରକୁ ନିର୍ଭରଯୋଗ୍ୟ କରାଯିବା ଆବଶ୍ୟକ ବୋଲି ସିଜେଆଇ ମତ ଦେଇଛନ୍ତି।
ସୋସିଆଲ ମିଡିଆ ବୟସ ଓ ଜାତୀୟତା ପ୍ରତିବନ୍ଧକ ହଟାଇ ଲୋକମାନଙ୍କ ମଧ୍ୟରେ ଯୋଗାଯୋଗକୁ ସହଜ କରାଇଛି। କିନ୍ତୁ ଏହି ନୂଆ ଯୋଗାଯୋଗ ବ୍ୟବସ୍ଥା ଅନ୍‌ଲାଇନରେ ଗାଳିଦେବା ଓ ଟ୍ରୋଲ କରିବା ଆଚରଣକୁ ଜନ୍ମ ଦେଇଛି। ସେହିପରି ଏଆଇକୁ ଅପବ୍ୟବହାର, ବିଭ୍ରାନ୍ତ କରିବା, ଧମକ ଦେବା ଆଦିରେ ବ୍ୟବହାର କରାଯିବା ସମ୍ଭାବନା ରହିଛି। କ୍ଷତିକାରକ ଉଦ୍ଦେଶ୍ୟରେ ଏଆଇର ଅପବ୍ୟବହାରକୁ ରୋକାଯିବା ଜରୁରୀ ବୋଲି ଆଇଆଇଟି ମାଡ୍ରାସର ୬୦ତମ ସମାବର୍ତ୍ତନ ଉତ୍ସବରେ ଉଦ୍‌ବୋଧନ ଦେଇ ସିଜେଆଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri