Posted inଜାତୀୟ

ଆଜି ଅବସର ନେବେ ସିଜେଆଇ

ନୂଆଦିଲ୍ଲୀ,୨୬।୮:ଭାରତର ୪୮ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଏନ୍‌.ଭି. ରମନା ୨୦୨୧ ଏପ୍ରିଲରେ ଦାୟିତ୍ୱ ଗ୍ରହଣ କରିଥିଲେ। ୧୬ ମାସର କାର୍ଯ୍ୟକାଳ ପରେ ଶୁକ୍ରବାର ସେ ଅବସର ଗ୍ରହଣ କରିବାକୁ ଯାଉଛନ୍ତି। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଦେଶବାସୀଙ୍କ ମନରେ ନ୍ୟାୟ ବ୍ୟବସ୍ଥା ପ୍ରତି ଆସ୍ଥା ବଢ଼ାଇ ପାରିଛନ୍ତି।
କୋଭିଡ୍‌-୧୯ ଦ୍ୱିତୀୟ ଲହରର ଭୟାବହତା ଧୀରେ ଧୀରେ ହ୍ରାସ ପାଉଥିବାବେଳେ ଓଡ଼ିଶାର ବିଭିନ୍ନ ସ୍ଥାନରେ ରଥଯାତ୍ରା ଆୟୋଜନ ଲାଗି ଅନୁମତି ନିମନ୍ତେ କେତେଜଣ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତେବେ ମହାମାରୀର ଭୟଙ୍କର ସ୍ଥିତିକୁ ଦୃଷ୍ଟିରେ ରଖି ସିଜେଆଇ ରମନା ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ରଥଯାତ୍ରା ଆୟୋଜନ ଲାଗି ଅନୁମତି ଦେବାକୁ ମନା କରିଦେଇଥିଲେ। ଆସନ୍ତା ବର୍ଷ ପ୍ରଭୁ ଶ୍ରୀଜଗନ୍ନାଥ ଆମକୁ ରଥାଯାତ୍ରା ଲାଗି ଅନୁମତି ଦେବେ ବୋଲି ସେ ସେତେବେଳେ ଆଶାବ୍ୟକ୍ତ କରିଥିଲେ। ୧୬ ମାସର କାର୍ଯ୍ୟକାଳ ମଧ୍ୟରେ ଜଷ୍ଟିସ୍‌ ରମନା ଓଡ଼ିଶାର ଏକାଧିକ ମାମଲାର ଶୁଣାଣି କରିଛନ୍ତି। ଓଡ଼ିଶା ହାଇକୋର୍ଟରେ ୧୧ ଜଣ ବିଚାରପତିଙ୍କ ନିଯୁକ୍ତି ଲାଗି ତାଙ୍କ ନେତୃତ୍ୱରେ ଗଠିତ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିଲେ।
୨୦୨୧ ମେ’ରେ ନରେନ୍ଦ୍ର ମୋଦିଙ୍କ ସରକାର ରାକେଶ ଅସ୍ଥାନାଙ୍କୁ ସିବିଆଇ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେବାକୁ ଚାହୁଁଥିବାବେଳେ ସିଜେଆଇ ତାହା ହେବାକୁ ନ ଦେଇ ଲୋକଙ୍କ ମଧ୍ୟରେ ଆଶାର ଉଦ୍ରେକ କରାଇଥିଲେ। ସିଜେଆଇ ଭାବେ ୧୬ ମାସର କାର୍ଯ୍ୟକାଳ ମଧ୍ୟରେ ଜଷ୍ଟିସ ରମନା ନାଗରିକତ୍ୱ ସଂଶୋଧନ ଆଇନ, ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ, ଇଲେକ୍ଟୋରାଲ ବଣ୍ଡକୁ ଚ୍ୟାଲେଞ୍ଜ, ହିଜାବ ନିଷେଧ ମାମଲା ଏବଂ ୟୁଏପିଏ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରିବେ ବୋଲି ବିଶ୍ୱାସ କରାଯାଉଥିଲା। ତେବେ ଏଥିରୁ ଗୋଟିଏ ହେଲେ ମାମଲା ତାଙ୍କ ସମୟରେ ଅଦାଲତର ଆଲୋକ ଦେଖିପାରିଲା ନାହିଁ। ଅବସର ନେବାର ଦିନକ ପୂର୍ବରୁ ପେଗାସସ୍‌ ଗୁପ୍ତଚର ମାମଲାର ଶୁଣାଣି କରିଛନ୍ତି ଜଷ୍ଟିସ ରମନା। ବିଲ୍‌କିସ ବାନୋ ଗଣବଳାତ୍କାର ଓ ହତ୍ୟା ମାମଲାରେ ୧୧ ଜଣ ଅପରାଧୀଙ୍କୁ ମୁକ୍ତ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକର ଶୁଣାଣି କରି ସିଜେଆଇ ଗୁଜରାଟ ସରକାରଙ୍କୁ ନୋଟିସ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri