Posted inଜାତୀୟ

ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବଡ଼ ଘୋଷଣା କଲା CJP: ଯେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ସୋମବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସମ୍ମୁଖରେ ନିଜର ଦାବିଗୁଡ଼ିକ ରଖିଛନ୍ତି। ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ସରକାରଙ୍କ ପକ୍ଷରୁ ଏହି ବୈଠକକୁ ନେଇ କୌଣସି ନିଷ୍କର୍ଷ ସାମ୍ନାକୁ ଆସି ନଥିଲା। ବର୍ତ୍ତମାନ ସିଜେପି ମୁଖପାତ୍ର ଆଶୁତୋଷ ରାଙ୍କା ଜେପି ନଡ୍ଡାଙ୍କ ସହ ହୋଇଥିବା ବୈଠକକୁ ‘ବର୍ତ୍ତମାନ ପାଇଁ ବେକାର (useless) ବୋଲି ବର୍ଣ୍ଣନା କରିଛନ୍ତି। ଏଥିସହ ସେ ଘୋଷଣା କରିଛନ୍ତି ଯେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନ ଦେବା ପର୍ଯ୍ୟନ୍ତ କକ୍ରୋଚ ଜନତା ପାର୍ଟିର ପ୍ରଦର୍ଶନ ଜାରି ରହିବ।

କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ଆଶୁତୋଷ ରାଙ୍କା ଗଣମାଧ୍ୟମ ସହ କଥାବାର୍ତ୍ତା କରି କହିଛନ୍ତି, ‘ସୋନମ ୱାଙ୍ଗଚୁକ ଜୀଙ୍କ ଭୋକ ହରତାଳ (ଅନଶନ) ଜାରି ରହିଛି ଏବଂ ଜନ୍ତର ମନ୍ତରରେ ଆମର ପ୍ରଦର୍ଶନ ମଧ୍ୟ ଜାରି ଅଛି। ଜେପି ନଡ୍ଡା ଜୀଙ୍କ ସହିତ ଯେଉଁ ଆମର ବୈଠକ ହୋଇଥିଲା ତାହା ବେକାର ଥିଲା, ଆମର ଚାରି ଘଣ୍ଟା ନଷ୍ଟ ହେଲା। ବର୍ତ୍ତମାନ ସରକାରଙ୍କୁ ଏଠାକୁ ଆସି କଥାବାର୍ତ୍ତା କରିବାକୁ ପଡ଼ିବ। ଧର୍ମେନ୍ଦ୍ର ପ୍ରଧାନଙ୍କର ଯେପର୍ଯ୍ୟନ୍ତ ଇସ୍ତଫା ହୋଇନାହିଁ, ଆମର ପ୍ରଦର୍ଶନ ଜାରି ରହିବ।’

ଏହାପୂର୍ବରୁ ସୋମବାର ଜେ.ପି. ନଡ୍ଡାଙ୍କୁ ଭେଟିବା ପରେ ରାଙ୍କା ‘ଏକ୍ସ’ (X) ରେ ଏକ ପୋଷ୍ଟ କରି କହିଥିଲେ,‘ନଡ୍ଡା ଆମର ଏହି ଦାବିଗୁଡ଼ିକ ଉପରେ ଦଳର ନେତୃତ୍ୱ ସହ ଆଲୋଚନା କରିବା ପାଇଁ କିଛି ସମୟ ମାଗିଛନ୍ତି। ଆମର ଦାବିଗୁଡ଼ିକରେ ସୋନମ ୱାଙ୍ଗଚୁଙ୍କର ତୁରନ୍ତ ମୁକ୍ତି, ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଏବଂ ଆତ୍ମହତ୍ୟା କରିଥିବା ସମସ୍ତ ନିଟ (NEET) ପ୍ରାର୍ଥୀଙ୍କ ପରିବାରକୁ ୧ କୋଟି ଟଙ୍କାର କ୍ଷତିପୂରଣ ସାମିଲ ଅଛି।’

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri