Posted inଜାତୀୟ

‘ମାମ୍‌ ଆପଣଙ୍କର ପିଲା ହୋଇଥିଲେ କ’ଣ…’, ପୋଲିସର ଲାଠିଚାର୍ଜରେ ଭୋ ଭୋ ହୋଇ କାନ୍ଦିଲେ ଯୁବତୀ, ଦେଖନ୍ତୁ Video

ନୂଆଦିଲ୍ଲୀ,୨୦।୭: ଦିଲ୍ଲୀର ଜନ୍ତର ମନ୍ତରଠାରେ ଆଜି ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଛି। ‘କକରୋଚ ଜନତା ପାର୍ଟି’ (CJP) ର କର୍ମକର୍ତ୍ତା ଏବଂ ସମର୍ଥକମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ସଂସଦ ଭବନ ଆଡ଼କୁ ଶୋଭାଯାତ୍ରାରେ ବାହାରିଥିଲେ।

ପରିବେଶବିତ୍‌ ସୋନମ ୱାଙ୍ଗଚୁକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବା ପରେ, ଅଭିଜିତ ଦୀପକେଙ୍କ ନେତୃତ୍ୱରେ ପ୍ରଦର୍ଶନକାରୀମାନେ ସଂସଦ ମାର୍ଗ ଆଡ଼କୁ ଅଗ୍ରସର ହୋଇଥିଲେ। ତେବେ ସୁରକ୍ଷା ବଳ ଏବଂ ଦିଲ୍ଲୀ ପୋଲିସ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲା। ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଯିବାରୁ ପୋଲିସ ପକ୍ଷରୁ ଲାଠିଚାର୍ଜ କରାଯିବା ସହ ଅଶ୍ରୁଗ୍ୟାସ (tear gas) ପ୍ରୟୋଗ କରାଯାଇଥିଲା। ଏହି ଘଟଣାରେ ଅନେକ ପ୍ରଦର୍ଶନକାରୀ ଆହତ ହୋଇଛନ୍ତି।

ସୋସିଆଲ ମିଡ଼ିଆରେ ଏହି ପ୍ରଦର୍ଶନର ଏକ ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଭିଡ଼ିଓରେ ଜଣେ ଯୁବତୀ ଅତ୍ୟନ୍ତ ଭାବପ୍ରବଣ ହୋଇ ପଡ଼ିଥିବା ଦେଖିବାକୁ ମିଳୁଛି। ଲାଠିଚାର୍ଜ ପରେ ସେ କାନ୍ଦି କାନ୍ଦି ମହିଳା ପୋଲିସକର୍ମୀଙ୍କୁ ଅନୁରୋଧ କରୁଛନ୍ତି ଏବଂ ନିଜର ଦୁଃଖ ପ୍ରକାଶ କରୁଛନ୍ତି।

ଯୁବତୀଜଣକ ଭିଡ଼ିଓରେ କହୁଛନ୍ତି ଯେ, “ମାରପିଟ୍‌ କରିବା କୌଣସି ସମସ୍ୟାର ସମାଧାନ ନୁହେଁ।” ସେ ମହିଳା ପୋଲିସକର୍ମୀମାନଙ୍କୁ ନିଜର ବେଦନା ଜଣାଇବା ସହ ସେମାନଙ୍କୁ ସମର୍ଥନ କରିବା ପାଇଁ ଆହୱାନ ଦେଉଛନ୍ତି। ଏହି ଦୃଶ୍ୟ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର ବିଷୟ ପାଲଟିଛି।

ପ୍ରଦର୍ଶନକାରୀଙ୍କର ମୁଖ୍ୟ ଦାବି ହେଲା କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା। ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଏବଂ ଛାତ୍ରୀଛାତ୍ରଙ୍କ ସ୍ବାର୍ଥ ରକ୍ଷା ପାଇଁ ସେମାନେ ଏହି ଆନ୍ଦୋଳନ କରୁଥିବା କହିଛନ୍ତି। ବର୍ତ୍ତମାନ ପରିସ୍ଥିତିକୁ ନଜରରେ ରଖି ସଂସଦ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri