Posted inଜାତୀୟ

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି, ଏହି ଆନ୍ଦୋଳନର ଡାକ ଦଳ ଦେଇଥିଲେ ମଧ୍ୟ ଏହା ଦେଶର ଯୁବପିଢ଼ି ଓ Gen Zଙ୍କ ସ୍ୱର। ଭୋଟ୍ ଦେବାର ଅଧିକାର ଏବଂ ଉନ୍ନତ ବ୍ୟବସ୍ଥା ଦାବିରେ ଯୁବପିଢ଼ି ରାସ୍ତାକୁ ଓହ୍ଲାଇବେ ବୋଲି ସୌରଭ ଦାସ ଏକ୍ସରେ ପୋଷ୍ଟ କରି କହିଛନ୍ତି ।

ସୌରଭ ଦାସ ନିର୍ବାଚନ ପ୍ରକ୍ରିୟାକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି । ଭୋଟର ତାଲିକାରୁ ନାଁ ହଟାଯିବା ଯୋଗୁଁ ଯୁବପିଢ଼ିର ଭୋଟ୍ ଦେବା ଅଧିକାର ପ୍ରଭାବିତ ହୋଇପାରେ ବୋଲି ସେ ଅଭିଯୋଗ କରିଛନ୍ତି । ଏହି ପ୍ରସଙ୍ଗକୁ ସେ ବେକାରୀ ସମସ୍ୟା ସହ ମଧ୍ୟ ଯୋଡ଼ିଛନ୍ତି। ତାଙ୍କ କହିବା ଅନୁଯାୟୀ, ଯଦି ଯୁବପିଢ଼ି ଭୋଟ୍ ମାଧ୍ୟମରେ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିପାରିବେ ନାହିଁ, ତେବେ ବେକାରୀ ଭଳି ସମସ୍ୟାର ସମାଧାନ କିପରି ହେବ?

CJP ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି ମଧ୍ୟ କରାଯାଇଛି । ଜ୍ଞାନେଶ କୁମାର ଇସ୍ତଫା ନଦେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଦଳ ପକ୍ଷରୁ କୁହାଯାଇଛି।ଦଳ ସହ ଜଡ଼ିତ କର୍ମୀଙ୍କୁ ଅଟକ କିମ୍ବା ଗିରଫ କରାଗଲେ ମଧ୍ୟ ଆନ୍ଦୋଳନ ଜାରି ରହିବ ବୋଲି ସୌରଭ ଦାସ କହିଛନ୍ତି । ଯୁବପିଢ଼ିଙ୍କୁ ନିଜ ଅଧିକାର ପାଇଁ ସ୍ୱର ଉଠାଇବାକୁ ସେ ଆହ୍ୱାନ ଦେଇଛନ୍ତି।

ଏହି ଆନ୍ଦୋଳନ ଏବେ ନିର୍ବାଚନୀ ଅଧିକାର ଓ ଭୋଟର ତାଲିକା ପ୍ରସଙ୍ଗକୁ କେନ୍ଦ୍ର କରିଛି । ଏହା ପୂର୍ବରୁ ଅକ୍ଟୋବର ୨ରେ ମୁମ୍ବାଇର ଶିବାଜୀ ପାର୍କରେ ମଧ୍ୟ CJP ପକ୍ଷରୁ ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ପ୍ରଦର୍ଶନ କରାଯାଇଥିଲା। ଏବେ ଅକ୍ଟୋବର ୧୦ରେ ଦିଲ୍ଲୀରେ ବଡ଼ ପ୍ରଦର୍ଶନ ପାଇଁ ଡାକରା ଦିଆଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ବିଶ୍ୱର ସବୁଠୁ ବଡ଼ ପରୀକ୍ଷା: ୫ମ ସ୍ଥାନରେ ଏନ୍‌ଇଇଟି ୟୁଜି

ନୂଆଦିଲ୍ଲୀ,୬।୧୦: ଭାରତର ସବୁଠାରୁ ବଡ଼ ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି ୟୁଜି ବିଶ୍ୱର ସବୁଠାରୁ ବଡ଼ ପରୀକ୍ଷାଗୁଡ଼ିକ ମଧ୍ୟରେ ସ୍ଥାନ ପାଇଛି। ଏସବିଆଇ ରିସର୍ଚ୍ଚର ଏକ ରିପୋର୍ଟ…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?