Posted inଜାତୀୟ

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ଆବେଦନରେ ନିର୍ଦ୍ଦେଶ ଦେଇଥିବା ଅଧିକାରୀମାନଙ୍କ ବିରୋଧରେ କୋର୍ଟ ଅବମାନନା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଥିଲା। ଜଷ୍ଟିସ ଜୟମାଲ୍ୟ ବାଗ୍ଚୀ ଏବଂ ଜଷ୍ଟିସ ଭି. ମୋହନାଙ୍କ ଖଣ୍ଡପୀଠ ଏହାର ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି ଯେ, ଯେଉଁଠାରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାର ଆଶଙ୍କା ରହିଛି, କେବଳ ସେହି ସ୍ଥାନଗୁଡ଼ିକରେ ବାରିକେଡ ଲଗାଯାଉ ଏବଂ ବାକି ସବୁ ସ୍ଥାନରୁ ବାରିକେଡ ହଟାଯାଉ, ଯାହାଫଳରେ ସାଧାରଣ ଲୋକଙ୍କ ଯାତାୟାତରେ କୌଣସି ଅସୁବିଧା ନ ହୁଏ। ମେଟ୍ରୋ ଏବଂ ଟ୍ରେନ ଚଳାଚଳ ମଧ୍ୟ ସୱାଭାବିକ କରାଯାଉ। ଇଣ୍ଟରନେଟ ସେବାକୁ ମଧ୍ୟ ପୁନଃ କାର୍ଯ୍ୟକ୍ଷମ କରାଯିବ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ମଙ୍ଗଳବାର ଦିନ ହେବ।

କୋର୍ଟ ଅବମାନନା ଆବେଦନ ଏବଂ ବେଆଇନ ଅଟକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ଏଥିସହ କେନ୍ଦ୍ର ସରକାର ଶପଥପାଠ (ହାଲଫନାମା) ଦାଖଲ କରି ଜଣାନ୍ତୁ ଯେ କାହିଁକି ତାଙ୍କ ବିରୋଧରେ ଅବମାନନା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ଗୋଟିଏ ର୍ନିଦ୍ଦିଷ୍ଟ ଅଞ୍ଚଳର ସମସ୍ତ ମେଟ୍ରୋ ଷ୍ଟେସନକୁ କ’ଣ ବନ୍ଦ କରାଯାଇଥିଲା? ସୁପ୍ରିମକୋର୍ଟ ଦିଲ୍ଲୀ ପୋଲିସକୁ ମଧ୍ୟ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଟ୍ରେନ ଏବଂ ମେଟ୍ରୋ ବନ୍ଦ କରିବା ସହ ଜଡ଼ିତ ଅଧିକାରୀମାନଙ୍କୁ ମଧ୍ୟ ନୋଟିସ ପଠାଯାଇଛି। ସୁପ୍ରିମକୋର୍ଟ କହିଛନ୍ତି ଯେ ଆମ ନିର୍ଦ୍ଦେଶକୁ ଉଲ୍ଲଂଘନ କରାଯାଇଛି। ପ୍ରାୟ ୭୦୦୦ ଲୋକଙ୍କୁ ବେଆଇନ ଭାବେ ଅଟକ ରଖାଯାଇଥିଲା। ଇଣ୍ଟରନେଟ, ରାସ୍ତାଘାଟ, ମେଟ୍ରୋ ଷ୍ଟେସନ ଏବଂ ଟ୍ରେନ ଚଳାଚଳ ବନ୍ଦ କରାଯାଇଥିଲା, କିନ୍ତୁ ଦିଲ୍ଲୀ ପୋଲିସ ନା ବାରିକେଡିଂ କରିପାରିବ, ନା ଇଣ୍ଟରନେଟ ବନ୍ଦ କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?