Posted inଜାତୀୟ

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା ପ୍ରତିବାଦରେ ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସହିତ କଂଗ୍ରେସ ନେତାମାନେ ମଙ୍ଗଳବାର ପ୍ରଧାନମନ୍ତ୍ରୀଙ୍କ ବାସଭବନ ପର୍ଯ୍ୟନ୍ତ ଏକ ପ୍ରତିବାଦ ମାର୍ଚ୍ଚ ବାହାର କରିଛନ୍ତି। ଏହି ସମୟରେ କଂଗ୍ରେସ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରୁଛି।

କଂଗ୍ରେସ ନେତାମାନେ ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ଧାରଣାରେ ବସି ଜୋରସୋରରେ ‘ପ୍ରଧାନମନ୍ତ୍ରୀ ଇସ୍ତଫା ଦିଅ’, ‘ନରେନ୍ଦ୍ର ମୋଦି ଡାଉନ-ଡାଉନ’ ନାରା ଦେଉଛନ୍ତି। ସେପଟେ, କଂଗ୍ରେସର ସଂଗଠନ ମହାସଚିବ କେ.ସି. ଭେଣୁଗୋପାଳ ଲୋକ କଲ୍ୟାଣ ମାର୍ଗରେ ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେଜମିରେ ଶୋଇ ପ୍ରତିବାଦ ଜଣାଉଛନ୍ତି।

ଧାରଣା ଦେଇଥିବା କଂଗ୍ରେସ ନେତାମାନଙ୍କ ମଧ୍ୟରେ ଲୋକସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ, କଂଗ୍ରେସର ଜାତୀୟ ଅଧ୍ୟକ୍ଷ ତଥା ରାଜ୍ୟସଭାର ବିରୋଧୀଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେ, ସାଂସଦ ପ୍ରିୟଙ୍କା ଗାନ୍ଧୀ, କଂଗ୍ରେସର ସଂଗଠନ ମହାସଚିବ କେ.ସି. ଭେଣୁଗୋପାଳ, କର୍ନାଟକର ମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର, ପଞ୍ଜାବ କଂଗ୍ରେସ କ୍ୟାମ୍ପେନ କମିଟିର ଚେୟାରପର୍ସନ ଚରଣଜୀତ ସିଂହ ଚନ୍ନୀ, ରଣଦୀପ ସୁରଜେୱାଲା, ପୱନ ଖେଡ଼ା ସମେତ ଅନେକ ଅନ୍ୟାନ୍ୟ କଂଗ୍ରେସ ସାଂସଦ ଏବଂ ବହୁସଂଖ୍ୟାରେ କର୍ମକର୍ତ୍ତା ସାମିଲ ଅଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri