ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) । ରବିବାର ଜାରି କରିଥିବା ବୟାନରେ ସଂଗଠନ କେନ୍ଦ୍ର ସରକାରଙ୍କ ଉପରେ ଯୁବବର୍ଗଙ୍କୁ ଧୋକା ଦେବା ଏବଂ ସେମାନଙ୍କ ବିଶ୍ୱାସ ଭାଙ୍ଗିବା ଭଳି ଗୁରୁତର ଅଭିଯୋଗ ଆଣିଛି ।

CJP କହିଛି ଯେ, ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଶେଷ କରାଇବା ସମୟରେ ସରକାର ଯେଉଁ ପ୍ରତିଶ୍ରୁତି ଦେଇଥିଲେ, ଆନ୍ଦୋଳନକାରୀମାନେ ରାସ୍ତାରୁ ହଟିବା ପରେ ସେହି ପ୍ରତିଶ୍ରୁତିରୁ ଓହରିଯିବା ଉଚିତ ନୁହେଁ । ଯୁବବର୍ଗଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ଅକ୍ଷରେ ଅକ୍ଷରେ ଏବଂ ତାହାର ମୂଳ ଭାବନା ଅନୁସାରେ ପୂରଣ କରାଯିବା ଦରକାର ବୋଲି ସଂଗଠନ ଦାବି କରିଛି । ଛାତ୍ର ଆନ୍ଦୋଳନ ସମୟରେ ଦାଖଲ ହୋଇଥିବା FIR ରଦ୍ଦ କରିବା ପାଇଁ କୋର୍ଟ ପକ୍ଷରୁ ବାରମ୍ବାର ଅନୁରୋଧ ସତ୍ତ୍ୱେ ସରକାର ଏପର୍ଯ୍ୟନ୍ତ ଆବଶ୍ୟକ ତାଲିକା ଦାଖଲ କରିନାହିଁ ବୋଲି CJP ଅଭିଯୋଗ କରିଛି ।

ସଂଗଠନ ଆହୁରି କହିଛି ଯେ, ଆନ୍ଦୋଳନ ପ୍ରତ୍ୟାହାର କରାଇବା ସମୟରେ ଖବରଦାତା ସମ୍ମିଳନୀ ଜରିଆରେ ସରକାର ପ୍ରତିଶ୍ରୁତି ଦେଇଥିଲେ। ଏବେ ସେହି ପ୍ରତିଶ୍ରୁତିକୁ ବିଳମ୍ବ କରିବା କିମ୍ବା ଭିନ୍ନ ଅର୍ଥ କରିବା ଯୁବବର୍ଗଙ୍କ ବିଶ୍ୱାସ ପ୍ରତି ଗୁରୁତର ଆଘାତ ହେବ ବୋଲି CJP କହିଛି । CJP ପୁଣିଥରେ ଆନ୍ଦୋଳନକୁ ଓହ୍ଲାଇବାର ସଙ୍କେତ ଦେଇଛି । ଆଗାମୀ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ ପାଇଁ ଅଗଷ୍ଟ ୨୪ରେ ବୈଠକ ହେବ ବୋଲି ସଂଗଠନ କହିଛି । ଏହା ସହ ଦେଶର ଛାତ୍ର, ଯୁବବର୍ଗ, ସମର୍ଥକ ଓ କର୍ମୀମାନଙ୍କୁ ଆଗାମୀ ଘଟଣାକ୍ରମ ପାଇଁ ପ୍ରସ୍ତୁତ ରହିବାକୁ ଆହ୍ୱାନ ଦିଆଯାଇଛି । ସଂଗଠନର ଦାବି ଅନୁସାରେ, ଏହି ବିରୋଧ ପ୍ରଦର୍ଶନ ଯୋଗୁଁ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଇସ୍ତଫା ଦେବାକୁ ପଡ଼ିଥିଲା। ଯୁବପିଢ଼ିଙ୍କୁ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ନହେବା ପର୍ଯ୍ୟନ୍ତ ଆନ୍ଦୋଳନରୁ ପଛକୁ ହଟିବୁ ନାହିଁ ବୋଲି CJP ଚେତାବନୀ ଦେଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?