Posted inଜାତୀୟ

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ ଆଉ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ଦିଲ୍ଲୀ ସରକାର ନିଷ୍ପତ୍ତି ନେଇଚନ୍ତି। CJP କହିଛି ଯେ, ଏହି ମାମଲାଗୁଡ଼ିକୁ ଆନୁଷ୍ଠାନିକ ଭାବରେ ପ୍ରତ୍ୟାହାର କରାଯିବା ଉଚିତ।

CJP ମୁଖପାତ୍ର ସୌରଭ ଦାସ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ଜୁଲାଇ ୨୫ ଜନ୍ତରମନ୍ତର ଚୁକ୍ତିନାମା ଅନୁଯାୟୀ ଦିଆଯାଇଥିବା ପ୍ରତିଶ୍ରୁତିରୁ କୌଣସି ପଛଘୁଞ୍ଚା ହୁଏ, ତେବେ ଛାତ୍ରମାନେ ପୁଣି ଥରେ ରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବେ। କାରଣ ବିଜ୍ଞପ୍ତି ସରକାରଙ୍କ ପ୍ରତିଶ୍ରୁତି ସହିତ ମେଳ ଖାଉ ନାହିଁ।

ଦାସ କହିଛନ୍ତି, ଦିଲ୍ଲୀ ସରକାର ଏକ ବିଜ୍ଞପ୍ତି ଜାରି FIR ଉପରେ ଆଉ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ଏବଂ ସେଗୁଡ଼ିକୁ ’ବନ୍ଦ’ ବୋଲି ବିବେଚନା କରାଯାଇପାରେ ବୋଲି କହିଛନ୍ତି। ଆମେ ଏହି ‘ବନ୍ଦ’ ଶବ୍ଦରେ ଖୁସି ନୁହେଁ। ଆମକୁ କୁହାଯାଇଥିଲା FIR ପ୍ରତ୍ୟାହାର କରାଯିବ।

ସେ କହିଛନ୍ତି, ସରକାର ଦାବି କରୁଛନ୍ତି ସୁପ୍ରିମକୋର୍ଟ ସେମାନଙ୍କୁ ଏଫଆଇଆର ଜାରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି, କିନ୍ତୁ ଏହା ଏକ ଭୁଲ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ କୌଣସି ସ୍ଥାନରେ ଏହା ଲେଖା ନାହିଁ ଯେ ଏଫଆଇଆର ପ୍ରତ୍ୟାହାର କରାଯାଇପାରିବ ନାହିଁ। ସରକାରଙ୍କ ପାଖରେ ଏହି ଅଧିକାର ଅଛି।

ସେ ଆହୁରି ମଧ୍ୟ କହିଛନ୍ତି, ସରକାର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପ୍ରତିବାଦକାରୀଙ୍କ ବିରୋଧରେ ଏକ ଅସ୍ତ୍ର ଭାବରେ ବ୍ୟବହାର କରିବା ଉଚିତ୍‌ ନୁହେଁ। ଏହା ପ୍ରତିଶ୍ରୁତିକୁ ସମ୍ମାନ କରିବା ଉଚିତ୍‌ ଏବଂ ୨୫ ଜୁଲାଇରେ ଜନ୍ତର ମନ୍ତର ଚୁକ୍ତିନାମା ଅନୁଯାୟୀ ସମଗ୍ର ଦେଶକୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରିବା ଆବଶ୍ୟକ।
ସୌରଭ ଆହୁରି କହିଛନ୍ତି ଯେ, ଯଦି ସରକାର ତାଙ୍କ କଥା ରଖିବାରେ ବିଫଳ ହୁଅନ୍ତି, ତେବେ ଦେଶର ଯୁବପିଢ଼ି ଏହାକୁ କେବେ କ୍ଷମା ଦେବେ ନାହିଁ, ଏବଂ ସେମାନେ ପୁଣି ଥରେ ରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?