Posted inଜାତୀୟ

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରୁ କକ୍‌ରୋଚ ଜନତା ପାର୍ଟି (ସିଜେପି) ଓହରିବ ନାହିଁ ବୋଲି ଏହାର ମୁଖପାତ୍ର ଆଶୁତୋଷ ରାଙ୍କା ସୋମବାର କହିଛନ୍ତି । ଜ୍ଞାନେଶ କୁମାରଙ୍କ ବିରୋଧରେ ଆସିଥିବା ଅଭିଯୋଗ ଉପରେ ସେ ଗଣମାଧ୍ୟମ ଆଗରେ ଓ ସର୍ବସାଧାରଣରେ ସ୍ପଷ୍ଟୀକରଣ ରଖିବାକୁ ରାଙ୍କା ଆହ୍ବାନ ଦେଇଛନ୍ତି । ଉକ୍ତ ଅଭିଯୋଗ ଉପରେ ଜ୍ଞାନେଶଙ୍କୁ ଭାଜପା କାହିଁକି ସୁରକ୍ଷା ଦେଉଛି ବୋଲି ସେ ପ୍ରଶ୍ନ କରିଛନ୍ତି।

ଇସ୍ତଫା ସମ୍ପର୍କରେ ଜ୍ଞାନେଶ ୪୮ ଘଣ୍ଟା ମଧ୍ୟରେ ନିଷ୍ପତ୍ତି ନେବାକୁ ସିଜେପି ଗତ ୨୪ ତାରିଖରେ ଆହ୍ବାନ ଦେଇଥିଲା। ଏହି ସମୟ ଅତିକ୍ରାନ୍ତ ହୋଇଯାଇଥିବାରୁ ଏବେ ନିଷ୍ପତ୍ତି ସିଜେପି ହାତରେ। ଅକ୍ଟୋବର ୨ରୁ ସିଜେପି ଦେଶବ୍ୟାପୀ ଆନ୍ଦୋଳନ ଆରମ୍ଭ କରିବ ଏବଂ ସିଇସି ଇସ୍ତଫା ନ ଦେବା ପର୍ଯ୍ୟନ୍ତ ଓହରିବ ନାହିଁ। ସିଜେପି ଏଭଳି ଏକ ମଞ୍ଚ, ଯାହା ଯେଉଁ ପ୍ରସଙ୍ଗରେ ସମ୍ପୃକ୍ତ ହୁଏ, ନ ଜିତିବା ପର୍ଯ୍ୟନ୍ତ ସେଥିରୁ ଓହରେ ନାହିଁ ବୋଲି ରାଙ୍କା ଗୁଆହାଟୀଠାରେ ଖବରଦାତାମାନଙ୍କୁ କହିଛନ୍ତି।

ରବିବାର ରାଙ୍କା ଓ ସିଜେପିର ସମର୍ଥକମାନଙ୍କୁ ଗୁଆହାଟୀରେ ପୋଲିସ ଅଟକ ରଖିଥିଲା। ଆସାମ ସ୍କୁଲଗୁଡ଼ିକର ବାସ୍ତବତାକୁ ପଦାରେ ପକାଇବାକୁ ଚାହୁଁଥିବାରୁ ସେମାନଙ୍କୁ ଅଟକ ରଖାଯାଇଥିବା ଅଭିଯୋଗ ହୋଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?