Posted inଜାତୀୟ

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକ୍‌ରୋଚ୍‌ ଜନତା ପାର୍ଟି’ (ସିଜେପି) ପକ୍ଷରୁ ଆନ୍ଦୋଳନ ଜୋର୍‌ଦାର କରାଯାଇଛି। ଶନିବାର ପୋଲିସର ବ୍ୟାପକ ଦମନଲୀଳା ଏବଂ ନେତାମାନଙ୍କୁ ଅଟକ ରଖିବା ସତ୍ତ୍ୱେ ସିଜେପି ପଛକୁ ହଟିବ ନାହିଁ ବୋଲି ସ୍ପଷ୍ଟ କରିଛି। ରବିବାର (୧୧ ଅକ୍ଟୋବର) ପୂର୍ୱାହ୍ନ ୧୦ଟାରେ ପୁଣିଥରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ଘୋଷଣା କରାଯାଇଛି। ଶନିବାର ବିକ୍ଷୋଭ ଏବଂ ପୋଲିସର କାର୍ଯ୍ୟାନୁଷ୍ଠାନ ପରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସିଜେପିର ଜାତୀୟ ସଂଗଠନ ଦାୟିତ୍ୱରେ ଥିବା ଅଜିଙ୍କ୍ୟ ଶିନ୍ଦେ କହିଛନ୍ତି, ସରକାର ଭାବିଥିଲେ ଯେ ନେତାମାନଙ୍କୁ ଅଟକ ରଖିବା ପରେ ଆନ୍ଦୋଳନକାରୀମାନେ ଭୟଭୀତ ହୋଇ ଘରକୁ ଚାଲିଯିବେ। ମୋଦି ଏବଂ ଶାହାଙ୍କ ମନରେ ଥିବା ଏହି ଭୟ ହିଁ ପ୍ରମାଣ କରୁଛି ଯେ ଆମେ ଆମର ଅଧା ଲଢ଼େଇ ଜିତିସାରିଛୁ। ପୋଲିସ ଯେତେ ଲୋକଙ୍କୁ ଚାହିଁବ ଅଟକ ରଖୁ, କିନ୍ତୁ ଜ୍ଞାନେଶ କୁମାର ଇସ୍ତଫା ନ ଦେବା ପର୍ଯ୍ୟନ୍ତ ଆମେ ପଛକୁ ହଟିବୁ ନାହିଁ ବୋଲି ସେ କହିଛନ୍ତି। ସେ ଦେଶର ଯୁବପିଢ଼ି, ଛାତ୍ର ଏବଂ ସାଧାରଣ ଜନତାଙ୍କୁ ବହୁସଂଖ୍ୟାରେ ଏହି ବିକ୍ଷୋଭରେ ଯୋଗଦେବାକୁ ଆହ୍ୱାନ ଦେଇଛନ୍ତି। ପୋଲିସ ଯେଉଁଠାରେ ଅଟକାଇବ, ସେହିଠାରେ ହିଁ ପ୍ରତିବାଦ ଜାରି ରଖିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?