Posted inଜାତୀୟ

ଆଜିଠୁ ସିଜେପିର ଦେଶବ୍ୟାପୀ ବିକ୍ଷୋଭ: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା…

ନୂଆଦିଲ୍ଲୀ,୧୦ା୬(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଏବଂ ସିବିଏସ୍‌ଇ ପରୀକ୍ଷା ଅନିୟମିତତାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ କକ୍‌ରୋଚ ଜନତା ପାର୍ଟି (ସିଜେପି) ଗୁରୁବାରଠାରୁ ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଯାଉଛି। ଗତ ୬ ତାରିଖରେ ନୂଆଦିଲ୍ଲୀର ଯନ୍ତରମନ୍ତରରେ ସିଜେପି ପକ୍ଷରୁ କରାଯାଇଥିବା ବିକ୍ଷୋଭରେ ବହୁସଂଖ୍ୟାରେ ଛାତ୍ରୀଛାତ୍ର ଓ ଅଭିଭାବକ ଯୋଗ ଦେଇଥିଲେ। ସରକାରଙ୍କୁ ପ୍ରଶ୍ନ କରିବାକୁ ଭାରତୀୟ ଯୁବବର୍ଗ ଭୟ କରୁନାହାନ୍ତି ବୋଲି ଉକ୍ତ ବିକ୍ଷୋଭରେ ସାମିଲ ହୋଇଥିବା ସିଜେପି ପ୍ରତିଷ୍ଠାତା ଅଭିଜିତ ଦିପ୍‌କେ କହିଥିଲେ। ଧର୍ମେନ୍ଦ୍ର ପ୍ରଧାନ ୭ ଦିନ ମଧ୍ୟରେ ଇସ୍ତଫା ନ ଦେଲେ କିମ୍ବା ତାଙ୍କୁ ବରଖାସ୍ତ କରା ନ ଗଲେ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ସେ ଚେତାବନୀ ଦେଇଥିଲେ। ତଦନୁଯାୟୀ ଗୁରୁବାରଠାରୁ ସାରା ଦେଶରେ ସିଜେପି ବିକ୍ଷୋଭ କରିବାକୁ ନିଷ୍ପତ୍ତି ନେଇଛି। ଏହା ସତ୍ତ୍ୱେ ଯଦି ଶିକ୍ଷାମନ୍ତ୍ରୀ ଇସ୍ତଫା ନ ଦିଅନ୍ତି, ତେବେ ଜୁନ୍‌ ୨୦ରୁ ଯନ୍ତରମନ୍ତରରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ଦିଆଯିବ ବୋଲି ସିଜେପି କହିଛି।
ଏକ ବ୍ୟଙ୍ଗାତ୍ମକ ସୋସିଆଲ ମିଡିଆ ଆକାଉଣ୍ଟ ଭାବେ ଆରମ୍ଭ ହୋଇଥିବା ସିଜେପି ଗତ ସପ୍ତାହର ଯନ୍ତରମନ୍ତର ବିକ୍ଷୋଭ ପରେ ଏକ ଆନ୍ଦୋଳନରେ ପରିଣତ ହୋଇଛି। ଗୁରୁବାର ସିଜେପି ପୁଣେରେ ବିକ୍ଷୋଭ କରିବାକୁ ଥିବାବେଳେ ଏହା ପରେ ଲକ୍ଷ୍ନୌ, ଅମୃତସର, ବେଙ୍ଗାଲୁରୁ, ଜୟପୁର ଏବଂ ହାଇଦ୍ରାବାଦ ଆଦି ସହରରେ ବିକ୍ଷୋଭ କରାଯିବ ବୋଲି ଦଳ ପକ୍ଷରୁ ଏକ ବିବୃତିରେ କୁହାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?