Posted inଜାତୀୟ

ଆଜି ସିଜେପିର ‘ସଂସଦ ଚଲୋ’

ନୂଆଦିଲ୍ଲୀ,୨୦ା୭ (ପି.ଟି.): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଯନ୍ତରମନ୍ତରଠାରେ ସିଜେପି ପକ୍ଷରୁ ଧାରଣା ଜାରି ରହିଛି। ଏହି ଅବସରରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ ସୋମବାର ଯନ୍ତରମନ୍ତରରୁ ପାର୍ଲାମେଣ୍ଟ ପଦଯାତ୍ରା ବା ‘ସଂସଦ ଚଲୋ’କରିବାକୁ ଘୋଷଣା କରିଛନ୍ତି। ସିଜେପି ସମର୍ଥକମାନେ ଏହି ପଦଯାତ୍ରାରେ ସାମିଲ ହୋଇ କେନ୍ଦ୍ର ନିକଟରେ ଚାପ ପକାଇବାକୁ କୁହାଯାଇଛି। ହେଲେ ସିଜେପିର ଏହି ପଦଯାତ୍ରାକୁ ଦିଲ୍ଲୀ ପୋଲିସ ପକ୍ଷରୁ ଅନୁମତି ମିଳିନାହିଁ। ଏହାକୁ ବେଆଇନ ଦର୍ଶାଇବା ସହ ପାର୍ଲାମେଣ୍ଟ ଆଡ଼କୁ ପଦଯାତ୍ରାରେ ଯିଏ ଆସିବେ, ସେମାନଙ୍କୁ ଅଟକ କିମ୍ବା ଗିରଫ କରାଯିବ ବୋଲି ପୋଲିସ କହିଛି। ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଆମରଣ ଅନଶନରେ ବସିଥିବା ସୋନମ୍‌ ଓ୍ବାଙ୍ଗ୍‌ଚୁକ୍‌ଙ୍କୁ ଏବେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବାବେଳେ ଦୀପ୍‌କେ ତାଙ୍କର ସମର୍ଥକଙ୍କୁ ଯନ୍ତରମନ୍ତରଠାରେ ଏକାଠି ହେବାକୁ ନିବେଦନ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ…

ଖୁଆଡ଼ରୁ ଖସି ବାହାରକୁ ଆସିଲା ହୁଲକ୍ ଗିବନ୍

ଭୁବନେଶ୍ୱର, ୪।୯ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁଆଡ଼ରୁ ଖସି ଏକ ହୁଲକ୍ ଗିବନ୍ ବାହାରକୁ ଆସିଯିବା ଘଟଣାକୁ ନେଇ କିଛି ସମୟ ପାଇଁ ଚର୍ଚ୍ଚା ସୃଷ୍ଟି…

ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ…

୧୦ ଏକର ଜମିରେ ଗଞ୍ଜେଇ ଚାଷ :  ୧୨ ହଜାର ଗଛ ନଷ୍ଟ; ୩ ଗିରଫ

କୋରାପୁଟ, ୪/୯ (ଅମିତାଭ ବେହେରା): କୋରାପୁଟ ଜିଲାରେ ଅବୈଧ ନିଶାଦ୍ରବ୍ୟ ଚାଷ ବିରୋଧରେ ପୋଲିସର ଅଭିଯାନ ଜୋରଦାର ଚାଲିଛି। ସୂଚନା ଆଧାରରେ ପାଡ଼ୱା ଥାନା ପୋଲିସ ଡିସାରିଗୁଡ଼ା…

ଭଡ଼ା ଘରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୁରୀ ପୋଲିସ

ପୁରୀ,୪।୯(ଅଜିତ୍‌ କୁମାର ମହାନ୍ତି ): ପୁରୀ ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି । ପୋଲିସ ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା…

୪ ବର୍ଷ ପୂର୍ବେ ତିଳକଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଥିଲେ ରୋହିତ, ଏବେ ହେଉଛି ସତ!

ନୂଆଦିଲ୍ଲୀ,୪।୯: ପ୍ରାୟ ଚାରି ବର୍ଷ ପୂର୍ବେ ତିଳକ ବର୍ମା ମାତ୍ର ୧୯ ବର୍ଷର ଥିଲେ। ସେତେବେଳେ ତାଙ୍କ ଖେଳ ଦେଖି ଭାରତୀୟ ଅଧିନାୟକ ରୋହିତ ଶର୍ମା ଦାବି…

ସଚିନଙ୍କ ଭଳି ହେବେ ବୈଭବ! BCCIର ୫ ପ୍ଲାନ୍‌ରେ ବଦଳିବ ଯୁବ ତାରକାଙ୍କ ଭବିଷ୍ୟତ

ନୂଆଦିଲ୍ଲୀ,୪।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ଚର୍ଚ୍ଚା ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ସ୍ବପ୍ନ ଦେଖୁଛି ବିସିସିଆଇ। ଭାରତୀୟ କ୍ରିକେଟ୍ର ମହାନ…

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri