Posted inଖେଳ

୧୪ରୁ ସିକେ ନାଇଡୁ ଟ୍ରଫି କ୍ରିକେଟ

ସମ୍ବଲପୁର,୧୧ା୧(ବି.ଶଙ୍କର): ଓଡ଼ିଶା ଓ ଝାଡ଼ଖଣ୍ଡ ମଧ୍ୟରେ ୨୩ବର୍ଷରୁ କମ୍‌ ସର୍ବଭାରତୀୟ କର୍ନେଲ ସିକେ ନାଇଡୁ ଟ୍ରଫି କ୍ରିକେଟ ମ୍ୟାଚ ଆସନ୍ତା ୧୪ରୁ ୧୭ତାରିଖ ପର୍ଯ୍ୟନ୍ତ ସମ୍ବଲପୁର ସ୍ଥିତ ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। ଏଥିସକାଶେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ଘରୋଇ ଓଡ଼ିଶା ଦଳର ଖେଳାଳିମାନେ ବୁଧବାର ରାତ୍ରିରେ ସମ୍ବଲପୁରରେ ପହଞ୍ଚତ୍ଛନ୍ତି। ଗୁରୁବାର ସକାଳେ ଝାଡ଼ଖଣ୍ଡ ଦଳ ସମ୍ବଲପୁରରେ ପହଞ୍ଚତ୍ବା କାର୍ଯ୍ୟକ୍ରମ ରହିଛି। ବୁଧବାର ଧ୍ରୁବ ପାଣ୍ଡପ ପ୍ୟାଭିଲିୟନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସମ୍ବଲପୁର ଜିଲା କ୍ରୀଡା ସଂଘ କର୍ମକର୍ତ୍ତା ଏହି ସୂଚନା ଦେଇଛନ୍ତି।
ମ୍ୟାଚରେ ଭଲ ସ୍କୋର ହେବା ସହ ଫଳାଫଳ ବାହାରିବା ଆଶା ରହିଛି। ଉଭୟ ବୋଲର ଓ ବ୍ୟାଟ୍ସମ୍ୟାନଙ୍କୁ ସୁହାଇବା ଭଳି ପିଚ୍‌ ପ୍ରସ୍ତୁତ କରାଯାଇଛି। ଓଡ଼ିଶା ଦଳରେ ସମ୍ବଲପୁରର ଆଶୁତୋଷ ଛୁରିଆ ଓ ଅଭିନବ ନନ୍ଦ ସାମିଲ ଅଛନ୍ତି। ଫଜିଲ ମହମ୍ମଦ ମ୍ୟାଚ ରେଫରି ଥିବାବେଳେ ତାମିଲନାଡୁର ରାକେଶ ରାଘବନ ଓ ରାୟପୁରର ବିକାଶ ଭଟ୍ଟ ଅମ୍ପାୟର ଦାୟିତ୍ୱ ତୁଲାଇବେ। ମ୍ୟାଚ ପରିଚାଳନା ସକାଶେ ଓଡ଼ିଶା କ୍ରିକେଟ ଆସୋସିଏଶନ ୫ଲକ୍ଷ ଟଙ୍କା ଅନୁଦାନ ପ୍ରଦାନ କରିଥିବା ନେଇ ସଂଘ ସାଧାରଣ ସମ୍ପାଦକ ସୁନୀଲ କୁମାର ସାହୁ, ଉପସଭାପତି ଦୁଲାଲ ଚନ୍ଦ୍ର ପ୍ରଧାନ, କ୍ରିକେଟ ସମ୍ପାଦକ ଅଭିନାଶ ନନ୍ଦ, ଆଥ୍‌ଲେଟିକ ସମ୍ପାଦକ ବିକାଶ କୁମାର ମିଶ୍ର, କାଉନ୍‌ସିଲ ସଭ୍ୟ ପଦ୍ମନାଭ ନାଏକ, ରତିକାନ୍ତ ମହାନ୍ତି, ଲକ୍ଷ୍ମୀଚନ୍ଦ୍ର ମହାକୁର, ଶାନ୍ତନୁ ନନ୍ଦ, ମହମ୍ମଦ ଇସାକ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri