ସିଏସ୍‌ପି ପ୍ଲସ୍‌ରେ ଅଗ୍ରାଧିକାର ଭାବେ ନିଯୁକ୍ତି ଦାବି

କୋକସରା,୨୩ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ୧୦ବର୍ଷ ହେଲା ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ପକ୍ଷରୁ ଗ୍ରାହକ ସେବା କେନ୍ଦ୍ରଗୁଡ଼ିକ ଖୋଲାଯାଇ ଲୋକଙ୍କୁ ବିଭିନ୍ନ ସେବା ଯୋଗାଇ ଦିଆଯାଉଛି। ବ୍ୟାଙ୍କ ମିତ୍ର ଭାବେ କାମ କରୁଥିବା ଏଜେଣ୍ଟମାନେ ସରକାରଙ୍କ ବିଭିନ୍ନ ଯୋଜନା ଯଥା କାଳିଆ, ମଧୁବାବୁ ପେନ୍‌ସନ୍‌, ପିଏମ୍‌ କିଷାନ, ବାର୍ଦ୍ଧକ୍ୟ ଭତ୍ତା, ମନରେଗା ଯୋଜନାରେ ଶ୍ରମିକଙ୍କୁ ଅର୍ଥ ପ୍ରଦାନ ଆଦି କାର୍ଯ୍ୟ କରି ଆସୁଛନ୍ତି। ତେବେ ବର୍ତ୍ତମାନ ରାଜ୍ୟ ସରକାର ପ୍ରତ୍ୟେକ ପଞ୍ଚାୟତରେ ଗୋଟାଏ ଲେଖାଏ ସିଏସ୍‌ପି ପ୍ଲସ୍‌ କେନ୍ଦ୍ର ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ବ୍ୟାଙ୍କ ଦ୍ୱାରା ପରଚାଳିତ ଗ୍ରାହକ ସେବାକେନ୍ଦ୍ରର ବ୍ୟବସାୟ ପ୍ରଭାବିତ ହେବାକୁ ଯାଉଛି। ଏଠାରେ କାର୍ଯ୍ୟ କରୁଥିବା ଯୁବତୀ/ଯୁବକ କର୍ମ ସଂସ୍ଥାନ ହରାଇବା ଆଶଙ୍କା ପ୍ରକାଶ ପାଇଛି। ତେଣୁ ସରକାରଙ୍କ ଦ୍ୱାରା ଖୋଲା ଯିବାକୁ ଥିବା ଏହି କେନ୍ଦ୍ରରେ ସିଏସ୍‌ପି କେନ୍ଦ୍ର ପରିଚାଳକଙ୍କୁ ଅଗ୍ରାଧିକାର ଭିତ୍ତିରେ ନିଯକ୍ତି ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଏନେଇ ଆଜି କୋକସରା ବ୍ଲକ ସିଏସ୍‌ପି ସଂଘ ପକ୍ଷରୁ ଶରତ କୁମାର ଦାସ ଦେବେଶ୍ୱର ଶବର, ମନ୍ମଥ ଦାସ, ମକୁନ୍ଦ ମାଝି, ସୋମେଶ୍ୱର ନାଏକ, ବିଭୂତି ଭୂଷଣ ମାଝି, ନାରାୟଣ ରାଉତ, କ୍ଷମା ସତନାମୀ ପ୍ରମୁଖ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କୋକସରା ବିଡିଓ ଉତ୍ତମ କୁମାର ବାଗ, ବ୍ଲକ ଅଧ୍ୟକ୍ଷାଙ୍କ ଅନୁପସ୍ଥିତିରେ ଉପାଧ୍ୟକ୍ଷ କୋକସରା ରାଜୀବ ଅଗ୍ରଓ୍ବାଲ, କୋକସରା ଏସ୍‌ବିଆଇ ଶାଖା ପରିଚାଳକଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri