ଓକିଲଙ୍କ ପାଇଁ ପେନ୍‌ସନ ଦାବି

ଜଗତ୍‌ସିଂହପୁର ଅଫିସ, ୩୦ା୪: ଓକିଲମାନେ କାର୍ଯ୍ୟକ୍ଷମ ଥିବା ପର୍ଯ୍ୟନ୍ତ ମହକିଲଙ୍କଠାରୁ ପ୍ରାପ୍ୟ ପାଆନ୍ତି। କିନ୍ତୁ ଅବସର କିମ୍ବା ଅକ୍ଷମ ଆଦି ହୋଇଗଲେ ସେମାନଙ୍କ ରୋଜଗାର ମାଧ୍ୟମ ଏକପ୍ରକାର ବନ୍ଦ ହୋଇଯାଏ। ତେଣୁ ଓକିଲମାନଙ୍କ ପାଇଁ ସରକାର ପେନ୍‌ସନ ବ୍ୟବସ୍ଥା ଲାଗୁ କରନ୍ତୁ। ଜଗତ୍‌ସିଂହପୁର ଜଲା ଅଧିବକ୍ତା ପରିଷଦ ପକ୍ଷରୁ ମଧୁ ଜୟନ୍ତୀ ପାଳନ ଅବସରରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖାଉଟି ଅଦାଲତର ଅଧ୍ୟକ୍ଷ ପ୍ରଭାସ କୁମାର ପାଢୀ ଏଭଳି ଦାବି କରିଛନ୍ତି। ପରିଷଦ ସଭାପତି ସୁବାସ ଚନ୍ଦ୍ର ମହାନ୍ତିଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ଓକିଲ ସଂଘ ସଭାପତି ପ୍ରମୋଦ କୁମାର ସ୍ବାଇଁ, ସମ୍ପାଦକ ନଳିନୀ ରଞ୍ଜନ ମହାପାତ୍ର, ଖାଉଟି ଅଦାଲତ ସଭ୍ୟ ମଧୁସ୍ମିତା ସ୍ବାଇଁ, ଜିଲା ଓକିଲ ସଂଘ ପ୍ରାକ୍ତନ ସଭାପତି ଗଗନ ଦାଶ, ରାଜକିଶୋର ବେହେରା, ଯୁଧିଷ୍ଠିର ମିଶ୍ର ପ୍ରମୁଖ ଯୋଗଦେଇଥିଲେ। ଏହି ସମୟରେ ପରିଷଦ ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଯଥା ବିବେକାନନ୍ଦ ନାୟକ, ଦେବପ୍ରୀତ ଦାସ, ରଞ୍ଜିତ କୁମାର ବେହେରା, ପର୍ଶୁରାମ ରାଉତ, ପ୍ରଦୀପ୍ତ କୁମାର ବିହାରୀ, ସତ୍ୟବ୍ରତ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଲିଙ୍ଗରାଜ ମହାନ୍ତିଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ସଭାରେ ସାରଦା ପ୍ରସାଦ ଦାସ ସ୍ବାଗତ ଭାଷଣ ଓ ଶେଷରେ ପରିଷଦ ସମ୍ପାଦକ ସଂଗ୍ରାମ କିଶୋର ନାୟକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri