ଡାକ୍ତର ନିଯୁକ୍ତି ନେଇ ଦାବିପତ୍ର

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଘସିପୁରା ବ୍ଲକ ଅନ୍ତର୍ଗତ ବାତୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟାପକ ଅବ୍ୟବସ୍ଥାକୁ ନେଇ ପଞ୍ଚାୟତବାସୀ ସିଡିଏମ୍‌ଓ କେନ୍ଦୁଝର ଡାକ୍ତର କେ.ସି. ପୃଷ୍ଟିଙ୍କୁ ଲିଖିତ ଦାବିପତ୍ର ଦେଇ ସମାଧାନ କରିବାକୁ ଦାବି କରିଛନ୍ତି। ଭାଜପା ଜିଲା ଉପସଭାପତି ତଥା ଜିଲା ପରିଷଦ ସଭ୍ୟା ଅସୀମା ମିଶ୍ରଙ୍କ ନେତୃତ୍ୱରେ ଏହି ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଡାକ୍ତରଖାନା ଉପରେ ବାତୋ ସମେତ ଆଖପାଖ ପଞ୍ଚାୟତରର ଲୋକମାନେ ନିର୍ଭର କରି ସ୍ବାସ୍ଥ୍ୟସେବା ପାଇ ଆସୁଛନ୍ତି। ତେବେ ଦୀର୍ଘବର୍ଷ ହେଲା ଡାକ୍ତର ନ ଥିବାରୁ ଲୋକମାନେ ସ୍ବାସ୍ଥ୍ୟ ସେବାରୁ ବଞ୍ଚିତ ହୋଇ ସାଧାରଣ ରୋଗ ପାଇଁ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାକୁ ଯାଉଛନ୍ତି। ଏହି ଅଞ୍ଚଳରେ ବିଶେଷ କରି ଗରିବ ଶ୍ରେଣୀର ଲୋକେ ଅଧିକ ରହୁଥିବାରୁ ସ୍ବାସ୍ଥ୍ୟ ସେବା ନ ପାଇ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଣୁ ତୁରନ୍ତ ଡାକ୍ତର ନିଯୁକ୍ତି କରିବା ସହ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେବାକୁ ନିବେଦନ କରିଛନ୍ତି। ଏହି ଦାବିରେ କିଛି ଦିନ ତଳେ ସ୍ଥାନୀୟ ଲୋକେ ମେଡ଼ିକାଲ ସମ୍ମୁଖରେ ଧାରଣାରେ ବସିଥିଲେ। ଏହାର ତୁରନ୍ତ ସମାଧାନ ନ ହେଲେ ବାଧ୍ୟ ହୋଇ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ଧରାପଡ଼ିଲେ ଅଭିଯୁକ୍ତ

ବଞ୍ଚୋ,୧୭।୯(ପ୍ରଦୋଷ ବିଶ୍ୱାଳ ): ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରିଛି।…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ୭ଶହ ଚାରାରୋପଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ପାଟଣା ରେଞ୍ଜରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ରେ ଗୁରୁବାର ମୋଟ ୭ଶହ ଚାରା…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?