ଅଦିନିଆ ଲଘୁଚାପ ଯୋଗୁ ଧାନ, ପନିପରିବା ଫସଲ ନଷ୍ଟ: କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପ୍ରଦାନ ନେଇ ବିଜେଡି ପକ୍ଷରୁ ଦାବିପତ୍ର

ହିଞ୍ଜିଳିକାଟୁ, ୨୬ା୧୨(ଦ୍ବିତୀକୃଷ୍ଣ ପଣ୍ଡା): ଚଳିତ ଖରିଫ ଧାନ ଅମଳ ବେଳକୁ ଲଗାତାର ଅଦିନିଆ ବର୍ଷାରେ ଚାଷୀଙ୍କ ଫସଲକୁ କ୍ଷତି ପହଞ୍ଚାଇଛି। ଗତ ମଙ୍ଗଳବାର ଓ ବୁଧବାର ୨ ଦିନ ଧରି ବର୍ଷା ଲାଗି ରହିଥିଲା । ଫଳରେ ଚାଷଜମିରେ ପଡିଥିବା ଧାନ ଗଜା ହୋଇଯାଇଛି॥ ଅନ୍ୟପକ୍ଷରେ ଗଞ୍ଜାମ ଜିଲାର ପନିପରିବା ପାଇଁ ପରିଚିତ ଥିବା ହିଞ୍ଜିଳିକାଟୁ ବ୍ଳକର ବୁରୁପୋଡା, ଖଣ୍ଠରା, ଚାନ୍ଦୁଲି, ସିକିରି, ରାଳବ, ଶାସନଆମ୍ବଗାଁ, ଖରିଡା, ଆଲପୁର ଅଞ୍ଚଳରେ ଅମଳ ପନିପରିବା ଫସଲ ଲଘୁଚାପ ବର୍ଷାରେ ନଷ୍ଟ ହୋଇଯାଇଛି । ଏଭଳି ସ୍ଥିତିରେ କ୍ଷତିଗ୍ରସ୍ତ ଧାନ ଓ ପନିପରିବା ଚାଷୀଙ୍କୁ କ୍ଷତିପୂରଣ ରାଶି ବାବଦରେ ୭ ଦଫା ଦାବି ନେଇ ହିଞ୍ଜିଳିକାଟୁ ବିଜେଡି ପକ୍ଷରୁ ଗୁରୁବାର ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାର ଭିକାରୀ ସାହୁଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯାଇଛି । କୃଷି କ୍ଷେତ୍ରରେ କ୍ଷତିର ଯୁଦ୍ଧକାଳୀନ ଭିତ୍ତିରେ ଆକଳନ ଓ ସହାୟତା ପ୍ରଦାନ, ଋଣ ଛାଡ, ଚାଷୀଙ୍କୁ ଜଳକର ଛାଡ, ଧାନ ମଣ୍ଡିରେ ଚାଷୀ ଧାନ କ୍ରୟ ବେଳେ ଗୁଣାତ୍ମକ ମାନରେ କୋହଳ, ହେକ୍ଟର ପ୍ରତି କ୍ଷତିର ସହାୟକ ମୂଲ୍ୟ ବୃଦ୍ଧି ସହ ପନିପରିବା ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପ୍ରମୁଖ ଦାବି ରହିଛି । ଦାବିପତ୍ର ପ୍ରଦାନ ସମୟରେ ହିଞ୍ଜିଳି ବିଧାୟକଙ୍କ ଡିଆରଡିଏ ପ୍ରତିନିଧି ଦେବାନନ୍ଦ ମହାପାତ୍ର, ପୌରାଧ୍ୟକ୍ଷ ସୁବାଷ ଚନ୍ଦ୍ର ପୋଲେଇ, ବ୍ଳକ ଅଧ୍ୟକ୍ଷା ସରସ୍ବତୀ ସେଠୀ, ଉପାଧ୍ୟକ୍ଷ ସୁନିଲ ଗନ୍ତାୟତ, ବ୍ଳକ ସଭାପତି ଦୁର୍ଗମାଧବ ମହାନ୍ତି, ନଗର ସଭାପତି ହୃଦୟାନନ୍ଦ ମହାପାତ୍ର, ଜିଲା ପରିଷଦ ସଭ୍ୟ ଏ. ସୁଦର୍ଶନ, ପୌରାଞ୍ଚଳ ପ୍ରତିନିଧି ପ୍ୟାରୀମୋହନ ପାଢି, ଜିଲ୍ଲା ପରିଷଦ ସଭ୍ୟା ପ୍ରିତି ସାହୁ, ଉପଦେଷ୍ଟା ମଣ୍ଡଳୀ ଅଧ୍ୟକ୍ଷ ସୁରେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଜେଡି କର୍ମୀ, ସରପଞ୍ଚ, ସମିତିସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri