ଅଦିନିଆ ଲଘୁଚାପ ଯୋଗୁ ଧାନ, ପନିପରିବା ଫସଲ ନଷ୍ଟ: କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପ୍ରଦାନ ନେଇ ବିଜେଡି ପକ୍ଷରୁ ଦାବିପତ୍ର

ହିଞ୍ଜିଳିକାଟୁ, ୨୬ା୧୨(ଦ୍ବିତୀକୃଷ୍ଣ ପଣ୍ଡା): ଚଳିତ ଖରିଫ ଧାନ ଅମଳ ବେଳକୁ ଲଗାତାର ଅଦିନିଆ ବର୍ଷାରେ ଚାଷୀଙ୍କ ଫସଲକୁ କ୍ଷତି ପହଞ୍ଚାଇଛି। ଗତ ମଙ୍ଗଳବାର ଓ ବୁଧବାର ୨ ଦିନ ଧରି ବର୍ଷା ଲାଗି ରହିଥିଲା । ଫଳରେ ଚାଷଜମିରେ ପଡିଥିବା ଧାନ ଗଜା ହୋଇଯାଇଛି॥ ଅନ୍ୟପକ୍ଷରେ ଗଞ୍ଜାମ ଜିଲାର ପନିପରିବା ପାଇଁ ପରିଚିତ ଥିବା ହିଞ୍ଜିଳିକାଟୁ ବ୍ଳକର ବୁରୁପୋଡା, ଖଣ୍ଠରା, ଚାନ୍ଦୁଲି, ସିକିରି, ରାଳବ, ଶାସନଆମ୍ବଗାଁ, ଖରିଡା, ଆଲପୁର ଅଞ୍ଚଳରେ ଅମଳ ପନିପରିବା ଫସଲ ଲଘୁଚାପ ବର୍ଷାରେ ନଷ୍ଟ ହୋଇଯାଇଛି । ଏଭଳି ସ୍ଥିତିରେ କ୍ଷତିଗ୍ରସ୍ତ ଧାନ ଓ ପନିପରିବା ଚାଷୀଙ୍କୁ କ୍ଷତିପୂରଣ ରାଶି ବାବଦରେ ୭ ଦଫା ଦାବି ନେଇ ହିଞ୍ଜିଳିକାଟୁ ବିଜେଡି ପକ୍ଷରୁ ଗୁରୁବାର ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାର ଭିକାରୀ ସାହୁଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯାଇଛି । କୃଷି କ୍ଷେତ୍ରରେ କ୍ଷତିର ଯୁଦ୍ଧକାଳୀନ ଭିତ୍ତିରେ ଆକଳନ ଓ ସହାୟତା ପ୍ରଦାନ, ଋଣ ଛାଡ, ଚାଷୀଙ୍କୁ ଜଳକର ଛାଡ, ଧାନ ମଣ୍ଡିରେ ଚାଷୀ ଧାନ କ୍ରୟ ବେଳେ ଗୁଣାତ୍ମକ ମାନରେ କୋହଳ, ହେକ୍ଟର ପ୍ରତି କ୍ଷତିର ସହାୟକ ମୂଲ୍ୟ ବୃଦ୍ଧି ସହ ପନିପରିବା ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପ୍ରମୁଖ ଦାବି ରହିଛି । ଦାବିପତ୍ର ପ୍ରଦାନ ସମୟରେ ହିଞ୍ଜିଳି ବିଧାୟକଙ୍କ ଡିଆରଡିଏ ପ୍ରତିନିଧି ଦେବାନନ୍ଦ ମହାପାତ୍ର, ପୌରାଧ୍ୟକ୍ଷ ସୁବାଷ ଚନ୍ଦ୍ର ପୋଲେଇ, ବ୍ଳକ ଅଧ୍ୟକ୍ଷା ସରସ୍ବତୀ ସେଠୀ, ଉପାଧ୍ୟକ୍ଷ ସୁନିଲ ଗନ୍ତାୟତ, ବ୍ଳକ ସଭାପତି ଦୁର୍ଗମାଧବ ମହାନ୍ତି, ନଗର ସଭାପତି ହୃଦୟାନନ୍ଦ ମହାପାତ୍ର, ଜିଲା ପରିଷଦ ସଭ୍ୟ ଏ. ସୁଦର୍ଶନ, ପୌରାଞ୍ଚଳ ପ୍ରତିନିଧି ପ୍ୟାରୀମୋହନ ପାଢି, ଜିଲ୍ଲା ପରିଷଦ ସଭ୍ୟା ପ୍ରିତି ସାହୁ, ଉପଦେଷ୍ଟା ମଣ୍ଡଳୀ ଅଧ୍ୟକ୍ଷ ସୁରେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଜେଡି କର୍ମୀ, ସରପଞ୍ଚ, ସମିତିସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?