ବିଭିନ୍ନ ସମସ୍ୟା ନେଇ ବିଡିଓଙ୍କୁ ଦାବିପତ୍ର

ଜି.ଉଦୟଗିରି,୨୮ା୩: ଜି.ଉଦୟଗିରି ପଞ୍ଚାୟତ ସମିତି ରଟିଙ୍ଗିଆ ଅଞ୍ଚଳବାସୀ ବିଭିନ୍ନ ଦାବି ନେଇ ସୋମବାର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା ସହ ତୁରନ୍ତ ସମସ୍ୟା ସମାଧାନ ନିମନ୍ତେ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଜି.ଉଦୟଗିରି ପଞ୍ଚାୟତ ସମିତି ଅନ୍ତର୍ଗତ ରଟିଙ୍ଗିଆ ସମିତି ସଭ୍ୟ ତଥା ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଏନ.ଲୁକ, ସମାଜିକକର୍ମୀ ହୃଷୀକେଶ ପ୍ରଧାନ ଓ ରଟିଙ୍ଗିଆ ସରପଞ୍ଚ ବିଷ୍ଣୁଦେବ ପ୍ରଧାନଙ୍କ ନେତୃତ୍ୱରେ ରଟିଙ୍ଗିଆ ପଞ୍ଚାୟତବାସୀ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ଘେରିଥିଲେ। ଉକ୍ତ ଦାବି ଗୁଡିକ ମଧ୍ୟରେ ନେଟୱର୍କ ସମସ୍ୟା ସମାଧାନ, ଭତ୍ତା ସମସ୍ୟା ସମାଧାନ, ବିଦ୍ୟୁତ୍‌ କାଟ ପ୍ରତି ଦୃଷ୍ଟି ଦେବା, ଜି.ଉଦୟଗିରି ଶ୍ରୀରାମପଦାଠାରୁ ଡକ୍ରିଙ୍ଗିଆ ଭାୟା ରଟିଙ୍ଗିଆ ରାସ୍ତାକୁ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ତୁରନ୍ତ ମରାମତି କରିବା ଓ ସାଧାରଣ ବଣ୍ଟନ ବ୍ୟବସ୍ଥାର ସମାଧାନ କରିବା। ଉକ୍ତ ଦାବୀ ଗୁଡିକର ସମାଧାନ ତୁରନ୍ତ ନ ହେଲେ ଆଗକୁ ପଞ୍ଚାୟତବାସୀ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ଚେତାବନୀ ଦେଇଛନ୍ତି। ନେଟୱର୍କ ସମସ୍ୟା ସମାଧାନ ନିମନ୍ତେ ବିଏସ୍‌ଏନ୍‌ଏଲ ସହ ବିକଳ୍ପ ଭାବେ ଜିଓ ଟାୱାର ନିର୍ମାଣ ନିମନ୍ତେ ପୂର୍ବରୁ ଜନଶୁଣାଣି ସମୟରେ ଲୋକେ ଅଭିଯୋଗ କରିଥିଲେ । କିନ୍ତୁ ଏହାର କୌଣସି ସମାଧାନ ହୋଇ ନ ଥିଲା ବୋଲି ଅଞ୍ଚଳବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri