ଡ୍ରେନେଜ ନିର୍ମାଣ ନେଇ ବିଡିଓଙ୍କୁ ଦାବିପତ୍ର

ଗଞ୍ଜାମ,୨୪ା୮(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସାନ ରାମଚନ୍ଦ୍ରପୁର ପଞ୍ଚାୟତର ଡିଆଁଡେଇଁ ଚାମୁଣ୍ଡା ସାହିରେ ଡ୍ରେନେଜ ନିର୍ମାଣ ପାଇଁ ଉକ୍ତ ପଞ୍ଚାୟତ ସରପଞ୍ଚଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବୁଧବାର ବିଡିଓ ବିଶ୍ୱଜିତ୍‌ ରାୟଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଉକ୍ତ ସାହିରେ ଡ୍ରେନ ନ ଥିବା ଯୋଗୁ ବର୍ଷା ହେଲେ ପାଣି ନିଷ୍କାସନ ହୋଇ ପାରୁନି l ଫଳରେ ଉକ୍ତ ବର୍ଷା ଜଳ ଚାଷ ଜମି ଓ ଗ୍ରାମରେ ବହୁ ଦିନ ଧରି ଜମି ରହୁଛି l ଏଥିସହ ଏଥିଯୋଗୁ ମଶାମାଛିଙ୍କ ପ୍ରାଦୁର୍ଭାବ ବଢୁଛି l ବର୍ଷା ପାଣି ଜମି ରହିବା ଫଳରେ ବିଭିନ୍ନ ମାରାତ୍ମକ ରୋଗର ଶିକାର ହେଉଛନ୍ତି ସାହି ବାସିନ୍ଦା l ଏଣୁ ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେଇ ସମସ୍ୟା ସମାଧାନ କରିବାକୁ ଜିତେନ୍ଦ୍ର କୁମାର ନାହାକ ବିଡିଓଙ୍କୁ ନିବେଦନ କରିଛନ୍ତି l ଦାବିପତ୍ର ପ୍ରଦାନ ସମୟରେ ଭାସ୍କର ଚନ୍ଦ୍ର ନାହାକ, ସୁଧୀର ନାହାକ, ସୁଧାକର ନାହାକ, ସୁମିତ ନାହାକ, କବିରାଜ ନାହାକ ସୁବଳ ନାହାକ, ଲୋପାମୁଦ୍ରା ନାହାକ, ନାରାୟଣ ନାହାକ, ରୁଷିଆ ନାହାକ, ରମଣୀ ନାହାକ, ପବିତ୍ର ଦଳାଇ ପ୍ରମୁଖ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri