ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ ନେଇ ତହସିଲଦାରଙ୍କୁ ଦାବିପତ୍ର

କୋକସରା,୯ା୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ କୃଷି ଓ କୃଷକ ସମିତି ସଂଗଠନର ଆବାହକ ଲକ୍ଷ୍ମୀକାନ୍ତ ବାଗ୍‌ଙ୍କ ନେତୃତ୍ୱରେ ବ୍ଲକ ବିଭିନ୍ନ ପଞ୍ଚାୟତର ଚକଡ଼ା କ୍ଷତିଗ୍ରସ୍ତ ଚାଷୀ ସମୂହ ବୁଧବାର କୋକସରା ତହସିଲଦାରଙ୍କ ଜରିଆରେ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ କ୍ଷତିପୂରଣ ଦାବିରେ ଏକ ଦାବିପତ୍ର ଦେଇଛନ୍ତି। ଚାଷୀ ସମୂହ ଏକ ଶୋଭାଯାତ୍ରାରେ ବାହାରି ଦାବିପତ୍ର ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ, କୋକସରା ବ୍ଲକର ୮ ପଞ୍ଚାୟତ ବରାଡୋଙ୍ଗା, କାଉଡୋଳା, ଲଡୁଗାଁ, କୋକସରା, ମାଝିଗୁଡ଼ା, ବଡ଼ପୋଡ଼ା ଗମ୍ଭାରୀଗୁଡ଼ା, ଟେମରା ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଏବେ ଚକଡ଼ା ରୋଗ ପୋକରେ ସମ୍ପୂର୍ଣ୍ଣ ନଷ୍ଟ ହୋଇସାରିଛି। ଚକଡ଼ା ରୋଗପୋକ ପ୍ରାଦୁର୍ଭାବ କାରଣରୁ ବ୍ଲକର ଶହଶହ ଚାଷୀଙ୍କ ଆର୍ଥିକ ମାନଦଣ୍ଡ ଦୋହଲି ଯାଇଛି। ଏଣୁ ସେମାନଙ୍କ କ୍ଷୟକ୍ଷତି ଆକଳନ କରି କ୍ଷତିପୂରଣ ଦେବାକୁ ଦାବିପତ୍ର କୋକସରା ତହସିଲଦାର ଦେବବ୍ରତ କରାଟିଙ୍କୁ ପ୍ରଦାନ କରାଯାଇଛି। ଏହି ଦାବିପତ୍ର ପ୍ରଦାନ ସମୟରେ ଚାଷୀ ସୋମନାଥ ବାଗ୍‌, କାମଦେବ ମାଝି, ପଦ୍ମଲୋଚନ ନାଏକ, ମନୁ ମାଝି, ଝସ କେତନ ସରାବୁ ଅନିରୁଦ୍ଧ ରଣା,ଲୋକନାଥ ସାହୁ, ପ୍ରଶାନ୍ତ ପଟ୍ଟନାୟକ, ଧନେଶ୍ୱର ନାଏକ, ହରିଶ୍ଚନ୍ଦ୍ର ବାରିକ, ଫକୀର ଭଇଁସାଲ, ଅଭି ବେହେରା, ତାରାଚନ୍ଦ ମାଝି, ଚିତ୍ତରଞ୍ଜନ ଧଙ୍ଗଡ଼ା ମାଝି, ରବି ବେଶ୍ରା, ନବୀନ କୁମାର ବେହେରା, ନରେନ୍ଦ୍ର ଠାକୁରଙ୍କ ସମେତ ଶତାଧିକ ଚାଷୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri