କଟକ ବାଲିଯାତ୍ରାକୁ ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ଦାବି

କଟକ,୨୩ା୩ (କାର୍ତ୍ତିକ ସାହୁ): ଐତିହାସିକ କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦାବି ପରେ ଏବେ ଉଠିଛି ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ଦାବି। ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ପ୍ରଦାନ ପ୍ରସଙ୍ଗରେ କଟକ ମହାନଗର ନିଗମ(ସିଏମ୍‌ସି) ମେୟର ସୁବାସ ସିଂ ଶୁକ୍ରବାର ରାଜ୍ୟ ସଂସ୍କୃତି ନିର୍ଦ୍ଦେଶକ ଦିଲୀପ କୁମାର ରାଉତରାୟଙ୍କୁ ଭୁବନେଶ୍ୱରସ୍ଥିତ ତାଙ୍କ କାର୍ଯ୍ୟାଳୟରେ ଭେଟି ଆଲୋଚନା କରିଛନ୍ତି। କଟକ ବାଲିଯାତ୍ରାକୁ ବିଶ୍ୱ ସାଂସ୍କୃତିକ ଐତିହ୍ୟର ମାନ୍ୟତା ପ୍ରଦାନ ପାଇଁ ଅଧିକ ତଥ୍ୟ ସଂଗ୍ରହ କରି କେନ୍ଦ୍ର ସଂସ୍କୃତି ବିଭାଗ ଜରିଆରେ ଜାତିସଂଘକୁ ପ୍ରଦାନ କରିବା ନିମନ୍ତେ ମେୟର ରାଜ୍ୟ ସଂସ୍କୃତି ନିର୍ଦ୍ଦେଶକଙ୍କୁ ନିବେଦନ କରିଛନ୍ତି। ଉଭୟଙ୍କ ସାକ୍ଷାତ୍‌ ଆଲୋଚନାବେଳେ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସମସ୍ତ ତଥ୍ୟ ପ୍ରଦାନ କରିବାକୁ ମେୟର ଅନୁରୋଧ କରିଥିବା ଜଣାପଡିଛି।
ସୂଚନାଯୋଗ୍ୟ, ୨୦୧୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ପ୍ରଦାନ ପାଇଁ କେନ୍ଦ୍ର ସଂସ୍କୃତି ବିଭାଗକୁ ଚିଠି ଲେଖି ଅନୁରୋଧ କରିଥିଲେ। ବର୍ତ୍ତମାନର ମେୟର ତଥା ତତ୍କାଳୀନ ରାଜ୍ୟ ସଭା ସଦସ୍ୟ ସୁବାସ ସିଂ ୨୦୨୨ ମସିହାରେ ୯ ଜଣ ଏମ୍‌ପିଙ୍କୁ ନେଇ ତତ୍କାଳୀନ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଡ. ମୀନାକ୍ଷୀ ଲେଖିଙ୍କୁ ସାକ୍ଷାତ କରି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ୨୦୨୨ ମସିହା ବାଲିଯାତ୍ରା ଚାଲିଥିବା ସମୟରେ ସୁଦୂର ଇଣ୍ଡୋନେସିଆର ବାଲି ସହରରୁ ଏକ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଟକ ବାଲିଯାତ୍ରାର ପ୍ରଶଂସା କରିଥିଲେ। ୨୦୨୪ରେ ଏହି ଜାତୀୟ ମାନ୍ୟତା ପାଇଁ ମେୟର ସିଂ ପୁନର୍ବାର ଅନୁରୋଧ କରିଥିଲେ। ଏ ସଂକ୍ରାନ୍ତରେ କେନ୍ଦ୍ର ସଂସ୍କୃତି ବିଭାଗ ଚିଠି ଦ୍ୱାରା କେନ୍ଦ୍ର ଗୃହ ବିଭାଗକୁ ଅନୁରୋଧ କରିବାକୁ ମେୟର ସିଂ ଚିଠି ଲେଖି ଜଣାଇଥିଲେ। ଏଥିସହ ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ମଧ୍ୟ ପୁନର୍ବାର ସଂସଦରେ କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ପ୍ରଦାନ ପାଇଁ ପ୍ରସଙ୍ଗ ଉଠାଇଥିଲେ। ଜାତୀୟ ମାନ୍ୟତା ମିଳି ନ ଥିବାବେଳେ ଏବେ ଜାତିସଂଘ କଟକ ବାଲିଯାତ୍ରାକୁ ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ପ୍ରଦାନ କରିବା ପାଇଁ ଚିଠି ଲେଖିଛନ୍ତି ମେୟର। ଏ ସମ୍ପର୍କରେ କଟକ ଜିଲାପାଳ ବିନୀତ୍‌ ଭରଦ୍ୱାଜଙ୍କ ସହ ଆଲୋଚନା କରି ରାଜ୍ୟ ସଂସ୍କୃତି ନିର୍ଦ୍ଦେଶକଙ୍କୁ ମଧ୍ୟ ଅନୁରୋଧ କରାଯାଇଛି। ଏହି ସାକ୍ଷାତ ସମୟରେ ମେୟର ସିଂଙ୍କ ସମେତ ରାଜୀବ ମହାନ୍ତି, ଦେବେନ୍ଦ୍ର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri