ଲ୍ୟାଣ୍ଡମାଇନ ବିସ୍ଫୋରଣରେ ମୃତ ଖବରଦାତାଙ୍କୁ ଶହୀଦ ମାନ୍ୟତା ଦାବି

ନବରଙ୍ଗପୁର, ୯।୨(ବି.ପ୍ର.) ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୫ ତାରିଖରେ ପ୍ରାଣ ହରାଇଥିବା କଳାହାଣ୍ଡି ଜିଲା ମୋହିନିଗିରିର ଖବରଦାତା ରୋହିତ ବିଶ୍ୱାଳଙ୍କୁ ଶହୀଦ ମାନ୍ୟତା ଦେବାକୁ ଦାବି ହୋଇଛି। ଏଥିସହ ତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରାଯାଇଛି। ଓଡ଼ିଶା ସାମ୍ବାଦିକ ସଂଘ ନବରଙ୍ଗପୁର ଜିଲା ଶାଖା ସଦସ୍ୟମାନେ ଜିଲାପାଳ ଡ. କମଳଲୋଚନ ମିଶ୍ରଙ୍କୁ ଆବାସିକ କାଯର୍‌ୟାଳୟରେ ଭେଟି ୬ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ତାଙ୍କ ପରିବାର ଜଣେ ସଦସ୍ୟଙ୍କୁ ସରକାରୀ ଚାକିରି ଦେବା, ପେନ୍‌ସନ ବ୍ୟବସ୍ଥା, ସାମ୍ବାଦିକ ସୁରକ୍ଷା ପାଇଁ ସ୍ବତନ୍ତ୍ର ଆଇନ ପ୍ରଣୟନ, ସାମ୍ବାଦିକଙ୍କ ସ୍ବାସ୍ଥ୍ୟବୀମା ରାଶି ୧୦ଲକ୍ଷ ଟଙ୍କାକୁ ବୃଦ୍ଧି, ସାମ୍ବାଦିକ କଲ୍ୟାଣ ପାଣ୍ଠିକୁ ୪ଲକ୍ଷ ଟଙ୍କାରୁ ବୃଦ୍ଧି କରି ୧୫ଲକ୍ଷ ଟଙ୍କା କରିବା, ସମ୍ବେଦନଶୀଳ ଘଟଣାର ଅନୁସନ୍ଧାନ ଓ ଖବର ସଂଗ୍ରହବେଳେ ସାମ୍ବାଦିକଙ୍କ ଭୂମିକାକୁ ନେଇ ଏକ ଆଦର୍ଶ ମାର୍ଗଦର୍ଶିକା କାର୍ଯ୍ୟାବଳୀ ଜାରି କରାଯିବା ସହ ପର୍ଯ୍ୟାୟକ୍ରମେ ପ୍ରଶିକ୍ଷଣ ଦେବାକୁ ଦାବିପତ୍ରରେ ଉଲ୍ଲେଖ ରହିଛି। ରାଜ୍ୟ ସରକାର ମୃତ ଖବରଦାତାଙ୍କ ପରିବାରକୁ ୧୩ଲକ୍ଷ ଟଙ୍କା ଅନୁଦାନ ଘୋଷଣା କରିଥିବାରୁ ସଂଘ ପକ୍ଷରୁ ତାଙ୍କୁ ସାଧୁବାଦ ଜ୍ଞାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ସହୃଦୟତାର ସହ ଦାବିଗୁଡିକ ବିଚାର କରି ପଦକ୍ଷେପ ନେବାକୁ ଅନୁରୋଧ କରାଯାଇଛି। ଏହି ଦାବିପତ୍ର ପ୍ରଦାନ ବେଳେ ସଂଘର ରାଜ୍ୟ ସମ୍ପାଦକ ବାଙ୍କ ବିହାରୀ ବିଷୋୟୀ, ଜିଲା ଉପସଭାପତି ରଞ୍ଜନ କୁମାର ପଟ୍ଟନାୟକ ଓ ଜାନକୀକାନ୍ତ ବିଷୋୟୀ, ଉପଦେଷ୍ଟା ଭାଗୀରଥି ମଲ୍ଲିକ, ସାଧାରଣ ସମ୍ପାଦକ ଜ୍ୟୋତିପ୍ରକାଶ ଦାଶ, ସହସମ୍ପାଦକ କେ.ବେଣୁ ଗୋପାଳରାଓ, ଜିତେନ୍ଦ୍ର କାନୁନ୍‌ଗୋ, କୋଷାଧ୍ୟକ୍ଷ ଶିବ ଶଙ୍କର ତ୍ରିପାଠୀ ଓ ପ୍ରମିଳା ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri